ଭୁବନେଶ୍ୱର , ୦୬/୦୬/୨୦୨୨( ଓଡ଼ିଶା ସମାଚାର )- ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୧୩ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୮ ଜଣ କ୍ୱାରେଣ୍ଟାଇନ୍ ରୁ ରହିଥିବା ବେଳେ ୫ଜଣ ସ୍ଥାନୀୟ ସଂକ୍ରମିତ । ୦ ରୁ ୧୮ ବର୍ଷ ମଧ୍ୟରେ ଜଣେ ଶିଶୁ ସଂକ୍ରମିତ ଚିହ୍ନଟ । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରେ କଟକ ଜିଲ୍ଲାରୁ ୩ଜଣ, କଳାହାଣ୍ଡି ଜିଲ୍ଲାରୁ ଜଣେ, ଖୋର୍ଦ୍ଧା ଜିଲ୍ଲାରୁ ୬ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ଜଣେ, ଷ୍ଟେଟ ପୁଲ୍ରୁ ୨ଜଣ ରହିଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ ସଂକ୍ରମିତ ଙ୍କ ସଂଖ୍ୟା ୧୨୮୮୫୧୭ ଜଣକୁ ବୃଦ୍ଧି ପାଇଛି। ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟ୍ କରି ସୂଚନା ଦିଆଯାଇଛି ।
ଅନ୍ୟ ପକ୍ଷରେ ଗତ ୨୪ ଘଂଟା ମଧ୍ୟରେ କରୋନା ଜନିତ ମୃତ୍ୟୁ ସମ୍ପର୍କରେ ସୂଚନା ଦିଆଯାଇନାହିଁ । ତେବେ ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୯୧୨୬ ରେ ସ୍ଥିର ରହିଥିବାବେଳେ ୫୩ ଜଣ କରୋନା ସଂକ୍ରମିତ ଅନ୍ୟ ରୋଗରେ ମୃତ୍ୟୁ ବରଣ କରିଛନ୍ତି ।
ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୨୮୮୫୧୭ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୧୨୭୯୨୪୫ ଜଣ ସୁସ୍ଥ ହୋଇଛନ୍ତି । ଆଉ ୯୩ ଜଣ ସକ୍ରିୟ ସଂକ୍ରମିତ ଚିକିତ୍ସାଧିନ ଅଛନ୍ତି । ଗତକାଲି ସୁଦ୍ଧା ରାଜ୍ୟରେ ୩୧୮୧୩୫୮୫ ସାମ୍ପୁଲ ଟେଷ୍ଟ୍ ହୋଇଛି । ଓଡ଼ିଶା ସମାଚାର