Wednesday , July 6 2022
Breaking News
Home / ପର୍ଯ୍ୟଟନ ଓ ସଂସ୍କୃତି / ସମ୍ବଲପୁରରେ ‘ଶୀତଳ ଷଷ୍ଠୀ’ ଯାତ୍ରାରେ ସାମିଲ ହେଲେ କେନ୍ଦ୍ରମନ୍ତ୍ରୀ

ସମ୍ବଲପୁରରେ ‘ଶୀତଳ ଷଷ୍ଠୀ’ ଯାତ୍ରାରେ ସାମିଲ ହେଲେ କେନ୍ଦ୍ରମନ୍ତ୍ରୀ

ସମ୍ବଲପୁର, ୦୬/୦୬/୨୦୨୨(ଓଡ଼ିଶା ସମାଚାର )-  କେନ୍ଦ୍ର ଶିକ୍ଷା, ଦକ୍ଷତା ବିକାଶ ଏବଂ ଉଦ୍ୟମିତା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ରବିବାର ସମ୍ବଲପୁରରେ ଶିବ-ପାର୍ବତୀ ଦେବଦମ୍ପତ୍ତିଙ୍କ ଅନନ୍ୟ ପରମ୍ପରାର ପର୍ବ ‘ଶୀତଳ ଷଷ୍ଠୀ ଯାତ୍ରାରେ ସାମିଲ ହୋଇଛନ୍ତି ।

ଏହି ଅବସରରେ ଶ୍ରୀ ପ୍ରଧାନ କହିଛନ୍ତି ଯେ ସମ୍ବଲପୁରରେ ଶୀତଳ ଷଷ୍ଠୀ ଉତ୍ସବର ମହାନ୍ ପରମ୍ପରାରେ ସାମିଲ ହୋଇ ନିଜକୁ ସୌଭାଗ୍ୟଶାଳୀ ମନେ କରୁଛି । ଭକ୍ତମାନେ ଆଜି ମହାଦେବ ଓ ମାତା ପାର୍ବତୀଙ୍କ ଯୁଗଳ ମୂର୍ତ୍ତି ଦର୍ଶନ କରୁଛନ୍ତି । ଭାଗ୍ୟରେ ଥିଲେ ଏହି ପର୍ବ ଦେଖିବାକୁ ମିଳିଥାଏ । ଆଗାମୀ ଦିନରେ ଭାରତ ସରକାରଙ୍କ ପ୍ରଚେଷ୍ଟାରେ ଜାତୀୟ ଓ ଅନ୍ତର୍ଜାତୀୟ ସ୍ତରରେ ‘ଶୀତଳ ଷଷ୍ଠୀ’ ପର୍ବକୁ ଆଗକୁ ନେବାର ପ୍ରଚେଷ୍ଟା କରାଯିବ ବୋଲି ସେ କହିଛନ୍ତି ।

କେନ୍ଦ୍ରମନ୍ତ୍ରୀ ଶ୍ରୀ ପ୍ରଧାନ ନନ୍ଦପଡ଼ା, ଝାଡ଼ୁଆପଡ଼ା, ମୁଦିପଡ଼ା ଏବଂ ଏବଂ ବାଲିବନ୍ଧାରେ ‘ଶୀତଳ ଷଷ୍ଠୀ’ ଯାତ୍ରାରେ ସାମିଲ ହୋଇଥିଲେ । ଓଡ଼ିଶା ସମାଚାର

About admin

Check Also

ବର୍ଯ୍ୟବସ୍ତୁ ପୃଥକୀ କରଣ କେନ୍ଦ୍ର ଉଦଘାଟିତ 

ଗରଦପୁର,୦୫/୦୭/୨୦୨୨(ଓଡ଼ିଶା ସମାଚାର)- ଗରଦପୁର ବ୍ଲକ୍ ଅନ୍ତର୍ଗତ ତଳକୁସୁମା ପଂଚାୟତସ୍ଥିତ ସିକଳ ଗ୍ରାମରେ କଠିନ ବର୍ଯ୍ୟବସ୍ତୁ ପୃଥକୀ କରଣ କେନ୍ଦ୍ରର ଉଦଘାଟନ …

Leave a Reply

Your email address will not be published. Required fields are marked *