Friday , September 29 2023
Breaking News
Home / ସ୍ୱାସ୍ଥ୍ୟ / ୩ ଶିଶୁ ଙ୍କ ସମେତ ୧୬ କରୋନା ସଂକ୍ରମିତ ଚିହ୍ନଟ – ଦୈନିକ ସଂକ୍ରମିତ ସଂକ୍ରମିତ ସଂଖ୍ୟା ବଢ଼ୁଛି, ମୃତ୍ୟୁ ସଂଖ୍ୟା ସ୍ଥିର

୩ ଶିଶୁ ଙ୍କ ସମେତ ୧୬ କରୋନା ସଂକ୍ରମିତ ଚିହ୍ନଟ – ଦୈନିକ ସଂକ୍ରମିତ ସଂକ୍ରମିତ ସଂଖ୍ୟା ବଢ଼ୁଛି, ମୃତ୍ୟୁ ସଂଖ୍ୟା ସ୍ଥିର

ଭୁବନେଶ୍ୱର,୦୮/୦୬/୨୦୨୨( ଓଡ଼ିଶା ସମାଚାର )- ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୧୬ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୧୦ ଜଣ କ୍ୱାରେଣ୍ଟାଇନ୍ ରୁ ରହିଥିବା ବେଳେ ୫ ଜଣ ସ୍ଥାନୀୟ ସଂକ୍ରମିତ । ସେହିଭଳି ୧୮ ବର୍ଷ ବୟସ ମଧ୍ୟରେ ୩ ଜଣ ସଂକ୍ରମିତ ରହିଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ ସଂକ୍ରମିତଙ୍କ ସଂଖ୍ୟା ୧୨୮୮୫୪୫ ଜଣକୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟ୍ କରି ସୂଚନା ଦିଆଯାଇଛି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରେ ବାଲେଶ୍ୱର ଜିଲ୍ଲାରୁ ଜଣେ, କଟକ ଜିଲ୍ଲାରୁ ୨ ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୭ ଜଣ, ନୟାଗଡ ଜିଲ୍ଲାରୁ ଜଣେ, ନୂଆପଡା ଜିଲ୍ଲାରୁ ଜଣେ, ସୁନ୍ଦରଗଡ ଜିଲ୍ଲାରୁ ଜଣେ ଏବଂ ଷ୍ଟେଟ୍ ପୁଲ୍ ରୁ ୨ ଜଣ ସଂକ୍ରମିତ ରହିଛନ୍ତି ।
ଅନ୍ୟ ପକ୍ଷରେ ଗତ ୨୪ ଘଂଟା ମଧ୍ୟରେ କରୋନା ଜନିତ ମୃତ୍ୟୁ ସମ୍ପର୍କରେ ସୂଚନା ଦିଆଯାଇନାହିଁ । ତେବେ ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୯୧୨୬ ରେ ସ୍ଥିର ରହିଥିବାବେଳେ ୫୩ ଜଣ କରୋନା ସଂକ୍ରମିତ ଅନ୍ୟ ରୋଗରେ ମୃତ୍ୟୁ ବରଣ କରିଛନ୍ତି ।

ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୨୮୮୫୪୫ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୧୨୭୯୨୬୧ ଜଣ ସୁସ୍ଥ ହୋଇଛନ୍ତି । ଆଉ ୧୦୫ ଜଣ ସକ୍ରିୟ ସଂକ୍ରମିତ ଚିକିତ୍ସାଧିନ ରହିଥିବା ବେଳେ ଗତକାଲି ସୁଦ୍ଧା ରାଜ୍ୟରେ ୩୧୮୩୨୫୮୨ ସାମ୍ପୁଲ ଟେଷ୍ଟ୍ ହୋଇଛି । ଓଡ଼ିଶା ସମାଚାର

Leave a Reply

Your email address will not be published. Required fields are marked *