Friday , March 31 2023
Home / ସ୍ୱାସ୍ଥ୍ୟ / ୨ ଶିଶୁ ଙ୍କ ସମେତ ୩୧ ଜଣ କରୋନା ସଂକ୍ରମିତ ଚିହ୍ନଟ

୨ ଶିଶୁ ଙ୍କ ସମେତ ୩୧ ଜଣ କରୋନା ସଂକ୍ରମିତ ଚିହ୍ନଟ

ଭୁବନେଶ୍ୱର,୦୯/୦୬/୨୦୨୨( ଓଡ଼ିଶା ସମାଚାର )- ରାଜ୍ୟରେ ପୁଣି କରୋନା ସଂକ୍ରମିତଙ୍କ ସଂଖ୍ୟା ଧିରେ ଧିରେ ବଢ଼ୁଛି । ଦୈନିକ ସଂକ୍ରମଣ ସଂଖ୍ୟା ଏକ ଅଙ୍କ ସଂଖ୍ୟାରୁ ଦୁଇ ଅଙ୍କରେ ପହଂଚିଛି । ଗତକାଲି ୧୬ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବାବେଳେ ଏବେ ଏହା ୩୧ କୁ ବୃଦ୍ଧି ପାଇଛି । ଯାହାକି ପାଖା ପାଖି ଦୁଇ ଗୁଣା । ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୩୧ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୧୮ ଜଣ କ୍ୱାରେଣ୍ଟାଇନ୍ ରୁ ରହିଥିବା ବେଳେ ୧୩ ଜଣ ସ୍ଥାନୀୟ ସଂକ୍ରମିତ । ସେହିଭଳି ୧୮ ବର୍ଷ ବୟସ ମଧ୍ୟରେ ୨ଜଣ ସଂକ୍ରମିତ ରହିଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରେ ୧୬ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ଜଣେ, ଖୋର୍ଦ୍ଧା ଜିଲ୍ଲାରୁ ୧୦ଜଣ, ପୁରୀ ଜିଲ୍ଲାରୁ ଜଣେ, ଷ୍ଟେଟ ପୁଲ୍ ରୁ ୩ଜଣ ରହିଛନ୍ତି ।
ଏହାକୁ ମିଶାଇ ରାଜ୍ୟରେ ମୋଟ୍ ସଂକ୍ରମିତ ଙ୍କ ସଂଖ୍ୟା ୧୨୮୮୫୭୬ ଜଣକୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟ୍ କରି ସୂଚନା ଦିଆଯାଇଛି ।
ଅନ୍ୟ ପକ୍ଷରେ ଗତ ୨୪ ଘଂଟା ମଧ୍ୟରେ କରୋନା ଜନିତ ମୃତ୍ୟୁ ସମ୍ପର୍କରେ ସୂଚନା ଦିଆଯାଇନାହିଁ । ତେବେ ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୯୧୨୬ ରେ ସ୍ଥିର ରହିଥିବାବେଳେ ୫୩ ଜଣ କରୋନା ସଂକ୍ରମିତ ଅନ୍ୟ ରୋଗରେ ମୃତ୍ୟୁ ବରଣ କରିଛନ୍ତି ।
ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୨୮୮୫୭୬ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୧୨୭୯୨୭୦ ଜଣ ସୁସ୍ଥ ହୋଇଛନ୍ତି । ଆଉ ୧୨୭ ଜଣ ସକ୍ରିୟ ସଂକ୍ରମିତ ଚିକିତ୍ସାଧିନ ଅଛନ୍ତି । ଗତକାଲି ସୁଦ୍ଧା ରାଜ୍ୟରେ ୩୧୮୪୩୧୦୪ ସାମ୍ପୁଲ ଟେଷ୍ଟ୍ ହୋଇଛି । ଓଡ଼ିଶା ସମାଚାର

Leave a Reply

Your email address will not be published.