ଭୁବନେଶ୍ୱର,୧୧/୦୬/୨୦୨୨( ଓଡ଼ିଶା ସମାଚାର )- ରାଜ୍ୟରେ ଉପର ତଳ ହେଉଛି କରୋନା ଗ୍ରାଫ୍ । ତେବେ ସଂକ୍ରମିତ ଙ୍କ ସଂଖ୍ୟା ଏକ ଅଙ୍କ ରୁ ଦୁଇ ଅଙ୍କରେ ଚାଲିଛି । ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୨୪ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୧୫ ଜଣ କ୍ୱାରେଣ୍ଟାଇନ୍ ରୁ ରହିଥିବା ବେଳେ ୯ ଜଣ ସ୍ଥାନୀୟ ସଂକ୍ରମିତ । ସେହିଭଳି ୧୮ ବର୍ଷ ବୟସ ମଧ୍ୟରେ ୩ ଜଣ ସଂକ୍ରମିତ ରହିଛନ୍ତି ।
୨୪ ସଂକ୍ରମିତଙ୍କ ମଧ୍ୟରୁ କଟକ ଜିଲ୍ଲାରୁ ୨ ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ୫ ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୧୨ ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୩ ଜଣ ଏବଂ ଷ୍ଟେଟ୍ ପୁଲ୍ ରୁ ୨ ଜଣ ଆକ୍ରାନ୍ତ ରହିଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୧୨୮୮୬୨୦କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟ୍ କରି ସୂଚନା ଦିଆଯାଇଛି ।
ଅନ୍ୟ ପକ୍ଷରେ ଗତ ୨୪ ଘଂଟା ମଧ୍ୟରେ କରୋନା ଜନିତ ମୃତ୍ୟୁ ସମ୍ପର୍କରେ ସୂଚନା ଦିଆଯାଇନାହିଁ । ତେବେ ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୯୧୨୬ ରେ ସ୍ଥିର ରହିଥିବାବେଳେ ୫୩ ଜଣ କରୋନା ସଂକ୍ରମିତ ଅନ୍ୟ ରୋଗରେ ମୃତ୍ୟୁ ବରଣ କରିଛନ୍ତି ।
ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୨୮୮୬୨୦ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୧୨୭୯୨୯୨ ଜଣ ସୁସ୍ଥ ହୋଇଛନ୍ତି । ଆଉ ୧୪୯ ଜଣ ସକ୍ରିୟ ସଂକ୍ରମିତ ଚିକିତ୍ସାଧିନ ଅଛନ୍ତି । ଗତକାଲି ସୁଦ୍ଧା ରାଜ୍ୟରେ ୩୧୮୬୪୨୯୭ ସାମ୍ପୁଲ ଟେଷ୍ଟ୍ ହୋଇଛି । ଓଡ଼ିଶା ସମାଚାର