Friday , March 31 2023
Home / ସ୍ୱାସ୍ଥ୍ୟ / ଜଣେ ଶିଶୁ ସମେତ ୧୯ ଜଣ କରୋନା ସଂକ୍ରମିତ ଚିହ୍ନଟ

ଜଣେ ଶିଶୁ ସମେତ ୧୯ ଜଣ କରୋନା ସଂକ୍ରମିତ ଚିହ୍ନଟ

ଭୁବନେଶ୍ୱର,୧୨/୦୬/୨୦୨୨( ଓଡ଼ିଶା ସମାଚାର )- ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୧୯ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୧୧ ଜଣ କ୍ୱାରେଣ୍ଟାଇନ୍ ରୁ ରହିଥିବା ବେଳେ ୮ ଜଣ ସ୍ଥାନୀୟ ସଂକ୍ରମିତ । ସେହିଭଳି ୧୮ ବର୍ଷ ବୟସ ମଧ୍ୟରେ ଜଣେ ଶିଶୁ ସଂକ୍ରମିତ । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଅନୁଗୁଳ ଜିଲ୍ଲାରୁ ଜଣେ, କଟକ ଜିଲ୍ଲାରୁ ୨ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ଜଣେ, ଖୋର୍ଦ୍ଧା ଜିଲ୍ଲାରୁ ୯ଜଣ, ସମ୍ବଲପୁର ଜିଲ୍ଲାରୁ ଜଣେ, ସୁନ୍ଦରଗଡ଼ ଜିଲ୍ଲାରୁ ୩ଜଣ, ଷ୍ଟେଟ ପୁଲ୍ରୁ ୨ଜଣ ରହିଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୧୨୮୮୬୩୯କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟ୍ କରି ସୂଚନା ଦିଆଯାଇଛି ।
ଅନ୍ୟ ପକ୍ଷରେ ଗତ ୨୪ ଘଂଟା ମଧ୍ୟରେ କରୋନା ଜନିତ ମୃତ୍ୟୁ ସମ୍ପର୍କରେ ସୂଚନା ଦିଆଯାଇନାହିଁ । ତେବେ ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୯୧୨୬ ରେ ସ୍ଥିର ରହିଥିବାବେଳେ ୫୩ ଜଣ କରୋନା ସଂକ୍ରମିତ ଅନ୍ୟ ରୋଗରେ ମୃତ୍ୟୁ ବରଣ କରିଛନ୍ତି ।
ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୨୮୮୬୩୯ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୧୨୭୯୩୦୭ଜଣ ସୁସ୍ଥ ହୋଇଛନ୍ତି । ଆଉ ୧୫୩ ଜଣ ସକ୍ରିୟ ସଂକ୍ରମିତ ଚିକିତ୍ସାଧିନ ଅଛନ୍ତି । ଗତକାଲି ସୁଦ୍ଧା ରାଜ୍ୟରେ ୩୧୮୭୩୪୭୩ ସାମ୍ପୁଲ ଟେଷ୍ଟ୍ ହୋଇଛି । ଓଡ଼ିଶା ସମାଚାର

Leave a Reply

Your email address will not be published.