ଭୁବନେଶ୍ୱର, ୧୩/୦୬/୨୦୨୨( ଓଡ଼ିଶା ସମାଚାର )- ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୧୨ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୭ ଜଣ କ୍ୱାରେଣ୍ଟାଇନ୍ ରୁ ରହିଥିବା ବେଳେ ୫ ଜଣ ସ୍ଥାନୀୟ ସଂକ୍ରମିତ । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟ ରେ କଟକ ଜିଲାରୁ ଜଣେ, ଖୋର୍ଦ୍ଧା ଜିଲା ରୁ ୯ ଜଣ ଓ ଷ୍ଟେଟ ପୁଲ ରୁ ୨ ଜଣ ଏହିପରି ମୋଟ୍ ୧୨ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୧୨୮୮୬୫୧ଜଣ କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟ୍ କରି ସୂଚନା ଦିଆଯାଇଛି ।
ଅନ୍ୟ ପକ୍ଷରେ ଗତ ୨୪ ଘଂଟା ମଧ୍ୟରେ କରୋନା ଜନିତ ମୃତ୍ୟୁ ସମ୍ପର୍କରେ ସୂଚନା ଦିଆଯାଇନାହିଁ । ତେବେ ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୯୧୨୬ ରେ ସ୍ଥିର ରହିଥିବାବେଳେ ୫୩ ଜଣ କରୋନା ସଂକ୍ରମିତ ଅନ୍ୟ ରୋଗରେ ମୃତ୍ୟୁ ବରଣ କରିଛନ୍ତି ।
ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୨୮୮୬୫୧ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୧୨୭୯୩୨୪ଜଣ ସୁସ୍ଥ ହୋଇଛନ୍ତି । ଆଉ ୧୪୮ ଜଣ ସକ୍ରିୟ ସଂକ୍ରମିତ ଚିକିତ୍ସାଧିନ ଅଛନ୍ତି । ଗତକାଲି ସୁଦ୍ଧା ରାଜ୍ୟରେ ୩୧୮୮୧୫୬୨ ସାମ୍ପୁଲ ଟେଷ୍ଟ୍ ହୋଇଛି । ଓଡ଼ିଶା ସମାଚାର