ଭୁବନେଶ୍ୱର, ୧୪/୦୬/୨୦୨୨( ଓଡ଼ିଶା ସମାଚାର )- ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୨୩ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୧୪ ଜଣ କ୍ୱାରେଣ୍ଟାଇନ୍ ରୁ ରହିଥିବା ବେଳେ ୯ ଜଣ ସ୍ଥାନୀୟ ସଂକ୍ରମିତ । ସେହିଭଳି ୧୮ ବର୍ଷ ବୟସ ମଧ୍ୟରେ ୩ଜଣ ସଂକ୍ରମିତ ରହିଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ବାଲେଶ୍ୱର ଜିଲ୍ଲାରୁ ଜଣେ, କଟକ ଜିଲ୍ଲାରୁ ୮ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୯ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୩ଜଣ, ଷ୍ଟେଟ ପୁଲ୍ ରୁ ୨ଜଣ ରହିଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ ସଂକ୍ରମିତ ଙ୍କ ସଂଖ୍ୟା ୧୨୮୮୬୭୪ ଜଣକୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟ୍ କରି ସୂଚନା ଦିଆଯାଇଛି ।
ଅନ୍ୟ ପକ୍ଷରେ ଗତ ୨୪ ଘଂଟା ମଧ୍ୟରେ କରୋନା ଜନିତ ମୃତ୍ୟୁ ସମ୍ପର୍କରେ ସୂଚନା ଦିଆଯାଇନାହିଁ । ତେବେ ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୯୧୨୬ ରେ ସ୍ଥିର ରହିଥିବାବେଳେ ୫୩ ଜଣ କରୋନା ସଂକ୍ରମିତ ଅନ୍ୟ ରୋଗରେ ମୃତ୍ୟୁ ବରଣ କରିଛନ୍ତି ।
ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୨୮୮୬୭୪ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୧୨୭୯୩୩୭ଜଣ ସୁସ୍ଥ ହୋଇଛନ୍ତି । ଆଉ ୧୫୮ ଜଣ ସକ୍ରିୟ ସଂକ୍ରମିତ ଚିକିତ୍ସାଧିନ ଅଛନ୍ତି । ଗତକାଲି ସୁଦ୍ଧା ରାଜ୍ୟରେ ୩୧୮୯୧୯୭୭ ସାମ୍ପୁଲ ଟେଷ୍ଟ୍ ହୋଇଛି । ଓଡ଼ିଶା ସମାଚାର