ଭୁବନେଶ୍ୱର , ୧୫/୦୬/୨୦୨୨( ଓଡ଼ିଶା ସମାଚାର )- ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୨୨ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୧୩ ଜଣ କ୍ୱାରେଣ୍ଟାଇନ୍ ରୁ ରହିଥିବା ବେଳେ ୯ ଜଣ ସ୍ଥାନୀୟ ସଂକ୍ରମିତ । ସେହିଭଳି ୧୮ ବର୍ଷ ବୟସ ମଧ୍ୟରେ ଜଣେ ସଂକ୍ରମିତ ରହିଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରେ ବାଲେଶ୍ୱର ଜିଲ୍ଲାରୁ ଜଣେ, ବଲାଙ୍ଗୀର ଜିଲ୍ଲାରୁ ଜଣେ, ଜଗତସିଂହପୁର ଜିଲ୍ଲାରୁ ଜଣେ, ଖୋର୍ଦ୍ଧା ଜିଲ୍ଲାରୁ ୧୬ଜଣ, ଷ୍ଟେଟ ପୁଲ୍ରୁ ୩ଜଣ ରହିଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ ସଂକ୍ରମିତଙ୍କ ସଂଖ୍ୟା ୧୨୮୮୬୯୬ ଜଣ କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟ୍ କରି ସୂଚନା ଦିଆଯାଇଛି ।
ଅନ୍ୟ ପକ୍ଷରେ ଗତ ୨୪ ଘଂଟା ମଧ୍ୟରେ କରୋନା ଜନିତ ମୃତ୍ୟୁ ସମ୍ପର୍କରେ ସୂଚନା ଦିଆଯାଇନାହିଁ । ତେବେ ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୯୧୨୬ ରେ ସ୍ଥିର ରହିଥିବାବେଳେ ୫୩ ଜଣ କରୋନା ସଂକ୍ରମିତ ଅନ୍ୟ ରୋଗରେ ମୃତ୍ୟୁ ବରଣ କରିଛନ୍ତି ।
ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୨୮୮୬୯୬ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୧୨୭୯୩୫୧ଜଣ ସୁସ୍ଥ ହୋଇଛନ୍ତି । ଆଉ ୧୬୬ ଜଣ ସକ୍ରିୟ ସଂକ୍ରମିତ ଚିକିତ୍ସାଧିନ ଅଛନ୍ତି । ଗତକାଲି ସୁଦ୍ଧା ରାଜ୍ୟରେ ୩୧୯୦୨୧୪୩ ସାମ୍ପୁଲ ଟେଷ୍ଟ୍ ହୋଇଛି ।ଓଡ଼ିଶା ସମାଚାର