ଭୁବନେଶ୍ୱର, ୧୬/୦୬/୨୦୨୨( ଓଡ଼ିଶା ସମାଚାର )- ଆଜି ରାଜ୍ୟ ସରକାର ଆଇଏସ ସ୍ତରରେ ଏକ ବଡ଼ ଧରଣର ଅଦଳବଦଳ କରିଛନ୍ତି । ତିନି ମହାନଗର ନିଗମର କମିଶନରଙ୍କୁ ରାଜ୍ୟ ସରକାର ବଦଳି କରିଛନ୍ତି । ବିଜୟ ଅମୃତା କୁଲାଙ୍ଗେ ଭୁବନେଶ୍ୱର ମହାନଗର କମିଶନର ହୋଇଥିବାବେଳେ କଟକ ମହାନଗର ନିଗମର କମିଶନର ଭାବେ ନିଖିଲ ପବନ କଲ୍ୟାଣଙ୍କୁ ନିଯୁକ୍ତି ଦିଆଯାଇଛି। ସେହିପରି ଜେ. ସୋନାଲଙ୍କୁ ବ୍ରହ୍ମପୁର ମହାନଗର ନିଗମର କମିଶନର ଭାବେ ନିଯୁକ୍ତି ଦିଆଯାଇଛି ।
ବିଜ୍ଞପ୍ତି ଅନୁସାରେ ଦେବଗଡ଼ ଜିଲ୍ଲାପାଳ ସୁଧାଂଶୁ ମୋହନ ସାମଲଙ୍କୁ ଜଳ ସମ୍ପଦ ବିଭାଗର ଯୁଗ୍ମ ସଚିବ ଭାବେ ଅବସ୍ଥାପିତ କରାଯାଇଛି । କନ୍ଧମାଳ ଜିଲ୍ଲାପାଳ ଡ. ବୃନ୍ଦା ଡି ଙ୍କୁ ଓଡ଼ିଶା ଔଷଧ ନିଗମର ପରିଚାଳନା ନିର୍ଦ୍ଦେଶକ ଭାବେ ନିଯୁକ୍ତି ଦିଆ ଯାଇଛି । ସେହିପରି ଓଡ଼ିଶା ଆଦର୍ଶ ବିଦ୍ୟାଳୟ ରାଜ୍ୟ ପ୍ରକଳ୍ପ ସଂଯୋଜକ ପ୍ରେମଚନ୍ଦ୍ର ଚୌଧୁରୀଙ୍କୁ କୃଷି ଓ ଖାଦ୍ୟ ଉତ୍ପାଦନ ନିର୍ଦ୍ଦେଶକ ଭାବେ ନିଯୁକ୍ତି ଦିଆଯାଇଛି । ବାଲେଶ୍ବର ଜିଲ୍ଲପାଳ କେ. ସୁଦର୍ଶନ ଚକ୍ରବର୍ତ୍ତି ଙ୍କୁ ବଦଳି କରାଯାଇ ଖୋର୍ଦ୍ଧା ଜିଲ୍ଲାପାଳ ଭାବେ ଅବସ୍ଥାପିତ କରାଯାଇଛି । ଖୋର୍ଦ୍ଧା ଜିଲ୍ଲାପାଳ ସଂଗ୍ରାମ କେଶରୀ ମହାପାତ୍ର ଙ୍କୁ ଓଡ଼ିଶା ଆଦର୍ଶ ବିଦ୍ୟାଳୟର ରାଜ୍ୟ ପ୍ରକଳ୍ପ ନିର୍ଦ୍ଦେଶକ ଭାବେ ନିଯୁକ୍ତି ଦିଆଯାଇଛି । ସେହିପରି ସୁନ୍ଦରଗଡ଼ ଜିଲ୍ଲାପାଳ ନିଖିଳ ପବନ କଲ୍ୟାଣ ସିଏମସି କମିଶନର ଭାବେ ନିଯୁକ୍ତି ପାଇଛନ୍ତି । ଏହାସହ ସେ ସିଡିଏର ଉପାଧ୍ୟକ୍ଷ ଦାୟିତ୍ବ ମଧ୍ୟ ତୁଲାଇବେ । ସେହିପରି ଗଞ୍ଜାମ ଜିଲ୍ଲାପାଳ ବିଜୟ ଅମୃତା କୁଲାଙ୍ଗେ ଙ୍କୁ ବିଏମସି କମିଶନର ଭାବେ ନିଯୁକ୍ତି ଦିଆଯାିଚି । ଏଥି ସହିତ ସେ କ୍ରୁଟର ଏମଡି ଓ ବିଏସସିଏଲର ସିଇଓ ଦାୟିତ୍ବ ତୁଲାଇବେ । ଜଳ ସମ୍ପଦ ବିଭାଗ ଯୁଗ୍ମ ସଚିବ ମଧୁସ୍ମିତା ସାହୁ ଙ୍କୁ ରାଜସ୍ବ ବିଭାଗର ଯୁଗ୍ମ ସଚିବ ଭାବେ ଅବସ୍ଥାପିତ କରାଯାଇଛି । ସେହିପରି କଳାହାଣ୍ଡି ଜିଲ୍ଲାପାଳ ଗାଭାଲି ପରାଗ ହର୍ସାଦ ଙ୍କୁ ସୁନ୍ଦରଗଡ଼ ଜିଲ୍ଲାପାଳ ଭାବେ ବଦଳି କରାଯାଇଛି । ନୂଆପଡ଼ା ଜିଲ୍ଲାପାଳ ସ୍ବାଧା ଦେବ ସିଂଙ୍କୁ ବଦଳି କରାଯାଇ ରାୟଗଡ଼ା ଜିଲ୍ଲାପାଳ ଭାବେ ନିଯୁକ୍ତି ଦିଆଯାଇଥିବାବେଳେ ରାୟଗଡ଼ା ଜିଲ୍ଲାପାଳ ସରୋଜ କୁମାର ମିଶ୍ରଙ୍କୁ ଅର୍ଥ ବିଭାଗର ସ୍ବତନ୍ତ୍ର ସଚିବ ଭାବେ ନିଯୁକ୍ତି ଦିଆଯାଇଛି । ସିଏମସି କମିଶନର ଅନନ୍ୟା ଦାସଙ୍କୁ ବଦଳି କରାଯାଇ ସମ୍ବଲପୁର ଜିଲ୍ଲାପାଳ ଭାବେ ଅବସ୍ଥାପିତ କରାଯାଇଥିବା ବେଳେ ସମ୍ବଲପୁର ଜିଲ୍ଲାପାଳ ଦିବ୍ୟଜ୍ୟୋତି ପରିଡ଼ାଙ୍କୁ ଗଞ୍ଜାମ ଜିଲ୍ଲାପାଳ ଭାବେ ଅବସ୍ଥାପିତ କରାଯାଇଛି । ବ୍ରହ୍ମପୁର ମହାନଗର ନିଗମ କମିଶନର ସିଦ୍ଧେଶ୍ବର ବଳିରାମ ବନ୍ଦାର ଙ୍କୁ ଭଦ୍ରକ ଜିଲ୍ଲାପାଳ ଭାବେ ନିଯୁକ୍ତି ଦିଆଯାଇଛି । ଭଦ୍ରକ ଜିଲ୍ଲାପାଳ ତ୍ରିଲୋଚନ ମାଝୀ ଙ୍କୁ ରାଜସ୍ବ ବିଭାଗ ସ୍ବତନ୍ତ୍ର ସଚିବ ଭାବେ ବଦଳି କରାଯାଇଛି ।
ସେହିପରି ଗଞ୍ଜାମ ଡିଆରଡିଏ ପ୍ରକଳ୍ପ ନିର୍ଦ୍ଦେଶକ ଦତାତ୍ରୟ ଭାଉସାଏବ ସିନ୍ଦେଙ୍କୁ ବାଲେଶ୍ବର ଜିଲ୍ଲାପାଳ ଭାବେ ନିଯୁକ୍ତି ଦିଆଯାଇଥିବା ବେଳେ କଳାହାଣ୍ଡି ଡିଆରଡିଏ ପ୍ରକଳ୍ପ ନିର୍ଦ୍ଦେଶକ ସୋମେଶ କୁମାର ଉପାଦ୍ଧାୟଙ୍କୁ ଦେବଗଡ଼ ଜିଲ୍ଲାପାଳ ଭାବେ ନିଯୁକ୍ତି ମିଳିଛି । ମୟୂରଭଞ୍ଜ ଡିଆରଡିଏ ପ୍ରକଳ୍ପ ନିର୍ଦ୍ଦେଶକ ପି. ଅନଭେଶ ରେଡ୍ଡୀ ଭ୍କୁ କଳାହାଣ୍ଡି ଜିଲ୍ଲାପାଳ ଭାବେ ବଦଳି କରାଯାଇଛି । ସେହିପରି ବାଲେଶ୍ବର ଉପଜିଲ୍ଲାପାଳ ପାଟିଲ ଆଶିଷ ଈଶ୍ବରଙ୍କୁ ବଦଳି କରାଯାଇ କନ୍ଧମାଳ ଜିଲ୍ଲାପାଳ ଭାବେ ଅବସ୍ଥାପିତ କରାଯାଇଥିବାବେଳେ କୋରାପୁଟ ଡିଆରଡିଏ ପ୍ରକଳ୍ପ ନିର୍ଦ୍ଦେଶକ ହେମକାନ୍ତ ସଏଙ୍କୁ ନୂଆପଡ଼ା ଜିଲ୍ଲାପାଳ ଭାବେ ବଦଳି କରାଯାଇଛି । ବ୍ରହ୍ମପୁର ଉପଜିଲ୍ଲାପାଳ କୀର୍ତ୍ତିଭାସନ ଭି.ଙ୍କୁ ଗଞ୍ଜାମ ଡିଆରଡିଏ ପ୍ରକଳ୍ପ ନିର୍ଦ୍ଦେଶକ, ସମ୍ବଲପୁର ଉପଜିଲ୍ଲାପାଳ ସୂର୍ୟ୍ୟବଂଶୀ ମୟୂର ବିକାଶଙ୍କୁ ଭୁବନେଶ୍ୱର ମହାନଗର ନିଗମର ଅତିରିକ୍ତ କମିଶନର ଭାବେ ବଦଳି କରାଯାଇଛି । ଗୁଣପୁର ଉପଜିଲ୍ଲାପାଳ ଜେ. ସୋନାଲଙ୍କୁ ବ୍ରହ୍ମପୁର ମହାନଗର ନିଗମର କମିଶନର ଭାବେ ନିଯୁକ୍ତି ଦିଆଯାଇ ଥିବା ବେଳେ ନବରଙ୍ଗପୁର ଉପ ଜିଲ୍ଲାପାଳ ଅଗ୍ରଓ୍ବାଲ ଅକ୍ଷୟ ସୁନୀଲଙ୍କୁ ସାଧାରଣ ପ୍ରଶାସନ ବିଭାଗର ଅଣ୍ଡର ସେକ୍ରେଟାରୀ ଭାବେ ନିଯୁକ୍ତି ଦିଆଯାଇଛି । ଓଡ଼ିଶା ସମାଚାର