ଭୁବନେଶ୍ୱର ୧୭/୦୬/୨୦୨୨( ଓଡ଼ିଶା ସମାଚାର )- ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୨୫ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୧୫ ଜଣ କ୍ୱାରେଣ୍ଟାଇନ୍ ରୁ ରହିଥିବା ବେଳେ ୧୦ ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି । ସେହିଭଳି ୧୮ ବର୍ଷ ବୟସ ମଧ୍ୟରେ କେହି ସଂକ୍ରମିତ ନାହାନ୍ତି । ଗତ ୨୪ ଘଣ୍ଟା ମଧ୍ୟରେ ବାଲେଶ୍ବର ଜିଲ୍ଲାରୁ ୧ ଜଣ, ବଲାଙ୍ଗୀର ଜିଲ୍ଲାରୁ ୧ ଜଣ, କଟକ ଜିଲ୍ଲାରୁ ୨ ଜଣ, ଜଗତସିଂହପୁର ଜିଲ୍ଲାରୁ ୧ ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୧୫ ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୧ ଜଣ ଓ ଷ୍ଟେଟପୁଲରୁ ୪ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ୍ ସଂକ୍ରମିତ ଙ୍କ ସଂଖ୍ୟା ୧୨୮୮୭୬୨ଜଣକୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟ୍ କରି ସୂଚନା ଦିଆଯାଇଛି ।
ଅନ୍ୟ ପକ୍ଷରେ ଗତ ୨୪ ଘଂଟା ମଧ୍ୟରେ କରୋନା ଜନିତ ମୃତ୍ୟୁ ସମ୍ପର୍କରେ ସୂଚନା ଦିଆଯାଇନାହିଁ । ତେବେ ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୯୧୨୬ ରେ ସ୍ଥିର ରହିଥିବାବେଳେ ୫୩ ଜଣ କରୋନା ସଂକ୍ରମିତ ଅନ୍ୟ ରୋଗରେ ମୃତ୍ୟୁ ବରଣ କରିଛନ୍ତି ।
ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୨୮୮୭୬୨ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୧୨୭୯୩୯୮ଜଣ ସୁସ୍ଥ ହୋଇଛନ୍ତି । ଆଉ ୧୮୫ ଜଣ ସକ୍ରିୟ ସଂକ୍ରମିତ ଚିକିତ୍ସାଧିନ ଅଛନ୍ତି । ଗତକାଲି ସୁଦ୍ଧା ରାଜ୍ୟରେ ୩୧୯୨୩୪୧୩ ସାମ୍ପୁଲ ଟେଷ୍ଟ୍ ହୋଇଛି । ଓଡ଼ିଶା ସମାଚାର