ଭୁବନେଶ୍ୱର, ୧୮/୦୬/୨୦୨୨( ଓଡ଼ିଶା ସମାଚାର )- ଆସନ୍ତା ୨୦ ତାରିଖରୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ୧୦ ଦିନିଆ ବିଦେଶ ଗସ୍ତରେ ଯିବେ । ଶନିବାର ଅପରାହ୍ନରେ ମୁଖ୍ୟମନ୍ତ୍ରୀ ଦିଲ୍ଲୀ ଗସ୍ତରେ ଯିବେ ଏବଂ ଜାତିସଂଘ ଖାଦ୍ୟ କାର୍ଯ୍ୟକ୍ରମରେ ଯୋଗ ଦେବା ନିମନ୍ତେ ୨୦ ତାରିଖରେ ରୋମ ଅଭିମୁଖେ ଯାତ୍ରା କରିବେ। ଜାତିସଂଘ ଆୟୋଜିତ କାର୍ଯ୍ୟକ୍ରମରେ ଓଡ଼ିଶା ସରକାରଙ୍କ ଖାଦ୍ୟ ସୁରକ୍ଷା କାର୍ଯ୍ୟକ୍ରମର ସଫଳ କାହାଣୀ ମୁଖ୍ୟମନ୍ତ୍ରୀ ଉପସ୍ଥାପନ କରିବେ। ୨୬ ତାରିଖରେ ମୁଖ୍ୟମନ୍ତ୍ରୀ ରୋମ୍ ରୁ ଦୁବାଇ ଅଭିମୁଖେ ଯାତ୍ରା କରିବେ। ଦୁବାଇରେ ଆସନ୍ତା ୨୯ ତାରିଖରେ ଓଡ଼ିଶା ସରକାର ଓ ଫିକି ପକ୍ଷରୁ ଅନୁଷ୍ଠିତ ନିବେଶକ ସମ୍ମିଳନୀରେ ମୁଖ୍ୟମନ୍ତ୍ରୀ ଯୋଗ ଦେଇ ବିଭିନ୍ନ ଦେଶର ନିବେଶକମାନଙ୍କ ସହ ଆଲୋଚନା କରିବାର କାର୍ଯ୍ୟକ୍ରମ ରହିଛି। ୩୦ ତାରିଖ ଅପରାହ୍ନରେ ମୁଖ୍ୟମନ୍ତ୍ରୀ ଦୁବାଇରୁ ଦିଲ୍ଲୀ ଓ ସେହିଦିନ ରାତିରେ ଭୁବନେଶ୍ୱର ପ୍ରତ୍ୟାବର୍ତ୍ତନ କରିବେ ବୋଲି ଜଣାପଡ଼ିଛି। ଓଡ଼ିଶା ସମାଚାର