Wednesday , July 6 2022
Breaking News
Home / ସ୍ୱାସ୍ଥ୍ୟ / ୩୮ ଜଣ କରୋନା ସଂକ୍ରମିତ ଚିହ୍ନଟ

୩୮ ଜଣ କରୋନା ସଂକ୍ରମିତ ଚିହ୍ନଟ

ଭୁବନେଶ୍ୱର ୧୮/୦୬/୨୦୨୨( ଓଡ଼ିଶା ସମାଚାର )- ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୩୮ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୨୩ ଜଣ କ୍ୱାରେଣ୍ଟାଇନ୍ ରୁ ରହିଥିବା ବେଳେ ୧୫ ଜଣ ସ୍ଥାନୀୟ ସଂକ୍ରମିତ । ସେହିଭଳି ୧୮ ବର୍ଷ ବୟସ ମଧ୍ୟରେ ୨ ଜଣ ଶିଶୁ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରେ କଟକ ୨ଜଣ, ଖୋର୍ଦ୍ଧା ଜିଲ୍ଲା ୨୭ଜଣ, ପୁରୀ ଜିଲ୍ଲାରୁ ୩ଜଣ, ଷ୍ଟେଟ ପୁଲ୍ ରୁ ୬ଜଣ ରହିଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ ସଂକ୍ରମିତ ଙ୍କ ସଂଖ୍ୟା ୧୨୮୮୮୦୦ ଜଣକୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟ୍ କରି ସୂଚନା ଦିଆଯାଇଛି ।
ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୨୮୮୮୦୦ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୧୨୭୯୪୧୯ଜଣ ସୁସ୍ଥ ହୋଇଛନ୍ତି । ଆଉ ୨୦୨ ଜଣ ସକ୍ରିୟ ସଂକ୍ରମିତ ଚିକିତ୍ସାଧିନ ଅଛନ୍ତି । ଗତକାଲି ସୁଦ୍ଧା ରାଜ୍ୟରେ ୩୧୯୩୬୮୫୦ ସାମ୍ପୁଲ ଟେଷ୍ଟ୍ ହୋଇଛି । ଓଡ଼ିଶା ସମାଚାର

About admin

Check Also

ରାଜ୍ୟରେ କରୋନା ସଂକ୍ରମଣ ବଢ଼ୁଛି , ୪୯ ଜଣ ଶିଶୁ ଙ୍କ ସମେତ ୩୪୬ ଜଣ କରୋନା ସଂକ୍ରମିତ ଚିହ୍ନଟ

ଭୁବନେଶ୍ୱର, ୦୩/୦୭/୨୦୨୨(ଓଡ଼ିଶା ସମାଚାର)- ରାଜ୍ୟରେ କରୋନା ସଂକ୍ରମଣ ଧିରେ ଧିରେ ବଢ଼ୁଛି । ଦୈନିକ ସଂକ୍ରମଣ ସଂଖ୍ୟା ଏବେ ୪୦୦ …

Leave a Reply

Your email address will not be published. Required fields are marked *