ଭୁବନେଶ୍ୱର ୨୫/୬/୨୦୨୨(ଓଡ଼ିଶା ସମାଚାର)- ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୬୨ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୩୭ ଜଣ କ୍ୱାରେଣ୍ଟାଇନ୍ ରୁ ରହିଥିବା ବେଳେ ୨୫ ଜଣ ସ୍ଥାନୀୟ ସଂକ୍ରମିତ । ସେହିଭଳି ୧୮ ବର୍ଷ ବୟସ ମଧ୍ୟରେ ୪ଜଣ ଶିଶୁ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରେ ବାଲେଶ୍ୱର ଜିଲ୍ଲାରୁ ୨ଜଣ, କଟକ ଜିଲ୍ଲାରୁ ୮ଜଣ, ଜଗତସିଂହପୁର ଜିଲ୍ଲାରୁ ଜଣେ, ଝାରସୁଗୁଡ଼ା ଜିଲ୍ଲାରୁ ଜଣେ, ଖୋର୍ଦ୍ଧା ଜିଲ୍ଲାରୁ ୩୭ଜଣ, କୋରାପୁଟ ଜିଲ୍ଲାରୁ ଜଣେ, ପୁରୀ ଜିଲ୍ଲାରୁ ଜଣେ, ସୁନ୍ଦରଗଡ଼ ଜିଲ୍ଲାରୁ ୨ଜଣ, ଷ୍ଟେଟ ପୁଲ୍ ରୁ ୯ଜଣ ରହିଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ ସଂକ୍ରମିତ ଙ୍କ ସଂଖ୍ୟା ୧୨୮୯୧୯୧ଜଣ କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟ୍ କରି ସୂଚନା ଦିଆଯାଇଛି ।
ଅନ୍ୟ ପକ୍ଷରେ ଗତ ୨୪ ଘଂଟା ମଧ୍ୟରେ କରୋନା ଜନିତ ମୃତ୍ୟୁ ସମ୍ପର୍କରେ ସୂଚନା ଦିଆଯାଇନାହିଁ । ତେବେ ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୯୧୨୬ ରେ ସ୍ଥିର ରହିଥିବାବେଳେ ୫୩ ଜଣ କରୋନା ସଂକ୍ରମିତ ଅନ୍ୟ ରୋଗରେ ମୃତ୍ୟୁ ବରଣ କରିଛନ୍ତି ।
ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୨୮୯୧୯୧ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୧୨୭୯୬୦୨ଜଣ ସୁସ୍ଥ ହୋଇଛନ୍ତି । ଆଉ ୪୧୦ ଜଣ ସକ୍ରିୟ ସଂକ୍ରମିତ ଚିକିତ୍ସାଧିନ ଅଛନ୍ତି । ଗତକାଲି ସୁଦ୍ଧା ରାଜ୍ୟରେ ୩୨୦୨୨୭୨୩ସାମ୍ପୁଲ ଟେଷ୍ଟ୍ ହୋଇଛି । ଓଡ଼ିଶା ସମାଚାର
