Friday , August 12 2022
Breaking News
Home / ସ୍ୱାସ୍ଥ୍ୟ / ୯ଜଣ ଶିଶୁ ଙ୍କ ସମେତ ୬୯ ଜଣ କରୋନା ସଂକ୍ରମିତ ଚିହ୍ନଟ

୯ଜଣ ଶିଶୁ ଙ୍କ ସମେତ ୬୯ ଜଣ କରୋନା ସଂକ୍ରମିତ ଚିହ୍ନଟ

ଭୁବନେଶ୍ୱର ୨୭/୬/୨୦୨୨(ଓଡ଼ିଶା ସମାଚାର)- ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୬୯ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୪୨ ଜଣ କ୍ୱାରେଣ୍ଟାଇନ୍‌ ରୁ ରହିଥିବା ବେଳେ ୨୭ ଜଣ ସ୍ଥାନୀୟ ସଂକ୍ରମିତ । ସେହିଭଳି ୧୮ ବର୍ଷ ବୟସ ମଧ୍ୟରେ ୯ଜଣ ଶିଶୁ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ବାଲେଶ୍ୱର ଜିଲ୍ଲାରୁ ୫ଜଣ, ବଲାଙ୍ଗୀର ଜିଲ୍ଲାରୁ ଜଣେ, କଟକ ଜିଲ୍ଲାରୁ ୧୩ଜଣ, ଜଗତସିଂହପୁର ଜିଲ୍ଲାରୁ ଜଣେ, ଯାଜପୁର ଜିଲ୍ଲାରୁ ୨ଜଣ, କଳାହାଣ୍ଡି ଜିଲ୍ଲାରୁ ଜଣେ, ଖୋର୍ଦ୍ଧା ଜିଲ୍ଲାରୁ ୨୬ଜଣ, ପୁରୀ ଜିଲ୍ଲାରୁ ୨ଜଣ, ସମ୍ବଲପୁର ଜିଲ୍ଲାରୁ ୪ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୮ଜଣ, ଷ୍ଟେଟ ପୁଲ୍‌ ରୁ ୬ଜଣ ରହିଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ ସଂକ୍ରମିତ ଙ୍କ ସଂଖ୍ୟା ୧୨୮୯୩୨୮ଜଣକୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟ୍ କରି ସୂଚନା ଦିଆଯାଇଛି ।

ଅନ୍ୟ ପକ୍ଷରେ ଗତ ୨୪ ଘଂଟା ମଧ୍ୟରେ କରୋନା ଜନିତ ମୃତ୍ୟୁ ସମ୍ପର୍କରେ ସୂଚନା ଦିଆଯାଇନାହିଁ । ତେବେ ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୯୧୨୬ ରେ ସ୍ଥିର ରହିଥିବାବେଳେ ୫୩ ଜଣ କରୋନା ସଂକ୍ରମିତ ଅନ୍ୟ ରୋଗରେ ମୃତ୍ୟୁ ବରଣ କରିଛନ୍ତି ।

ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୨୮୯୩୨୮ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୧୨୭୯୬୯୩ଜଣ ସୁସ୍ଥ ହୋଇଛନ୍ତି । ଆଉ ୪୫୬ଜଣ ସକ୍ରିୟ ସଂକ୍ରମିତ ଚିକିତ୍ସାଧିନ ରହିଥିବାବେଳେ ଗତକାଲି ସୁଦ୍ଧା ରାଜ୍ୟରେ ୩୨୦୪୪୫୦୦ସାମ୍ପୁଲ ଟେଷ୍ଟ୍ ହୋଇଛି । ଓଡ଼ିଶା ସମାଚାର

About admin

Check Also

ଆଜି ସାରା ରାଜ୍ୟରେ କୃମିନାଶକ ଔଷଧ ମାଗଣାରେ ଖାଇବାକୁ ଦିଆଯିବ

ଭୁବନେଶ୍ୱର,୧୨/୦୮/୨୦୨୨(ଓଡ଼ିଶା ସମାଚାର)- ରକ୍ତହୀନତା ଓ ଅପପୁଷ୍ଟି ଦୂର କରିବା ଆଭିମୁଖ୍ୟ ରଖି ଆଜି ସାରା ରାଜ୍ୟରେ କୃମିନାଶକ ଔଷଧ ମାଗଣାରେ …

Leave a Reply

Your email address will not be published.