ଜୁନାଗଡ଼ , ୨୮/୬/୨୦୨୨(ଓଡ଼ିଶା ସମାଚାର /ରାକେଶ ବେମାଲ )- ଭାରତୀୟ ସେନାରେ ଭର୍ତ୍ତି ପାଇଁ କେନ୍ଦ୍ର ସରକାରଙ୍କ ନୂଆ ଅଗ୍ନିବୀର ଯୋଜନାକୁ ଦେଶର ବିଭିନ୍ନ ସ୍ଥାନରେ ବିରୋଧ କରାଯିବା ସହ ଠିକା ନିଯୁକ୍ତି ପ୍ରତ୍ୟାହାର ଦାବିରେ ଦେଶର ବିଭିନ୍ନ ସ୍ଥାନ ମାନଙ୍କରେ ରାଜନୈତିକ ଦଳ ମାନଙ୍କ ଠାରୁ ଆରମ୍ଭ କରି ଆଶାୟୀ ପ୍ରାର୍ଥୀଙ୍କ ବିକ୍ଷୋଭ ଦେଖିବାକୁ ମିଳୁଛି । ତେବେ ଏହାକୁ ବିରୋଧ କରିଛି AISF । ଆଜି କଳାହାଣ୍ଡି ଜିଲ୍ଲା ଜୁନାଗଡ଼ ଠାରେ ଅଲ ଇଣ୍ଡିଆ ଷ୍ଟୁଡେଣ୍ଟ ଫେଡରେଶନ ପକ୍ଷରୁ ବିକ୍ଷୋଭ ପ୍ରଦର୍ଶନ କରାଯାଇଛି । ଜୁନାଗଡ଼ ସହରର ଲଙ୍କେଶ୍ୱରୀ ମନ୍ଦିର ନିକଟରୁ ଏକ ବିକ୍ଷୋଭ ଶୋଭାଯାତ୍ରାରେ ବାହାରି ସହର ପରିକ୍ରମା ପରେ ଟାଉନ ହଲ ଠାରେ ଏକ ପ୍ରତିବାଦ ସଭା ଅନୁଷ୍ଠିତ ହୋଇଥିଲା । ଅଲ ଇଣ୍ଡିଆ ଷ୍ଟୁଡେଣ୍ଟ ଫେଡରେଶନ ର ରାଜ୍ୟ ସଭାପତି ସଂଘମିତ୍ରା ଜେନା ଯୋଗ ଦେବା ସହ ଜିଲ୍ଲାର ଅନେକ ଛାତ୍ରଛାତ୍ରୀ ଯୁବକ ଯୁବତୀ ସାମିଲ ହୋଇଥିଲେ । ଓଡ଼ିଶା ସମାଚାର