Friday , August 12 2022
Breaking News
Home / ଶିକ୍ଷା /   କେନ୍ଦ୍ରାପଡା କଲେଜରେ ଗୋପବନ୍ଧୁଙ୍କ ଶ୍ରାଦ୍ଧଦିବସ ପାଳିତ

  କେନ୍ଦ୍ରାପଡା କଲେଜରେ ଗୋପବନ୍ଧୁଙ୍କ ଶ୍ରାଦ୍ଧଦିବସ ପାଳିତ

କେନ୍ଦ୍ରାପଡ଼ା, ୨୯/୬/୨୦୨୨(ଓଡ଼ିଶା ସମାଚାର)- କେନ୍ଦ୍ରାପଡା ସ୍ୱୟଂ ଶାସିତ ମହାବିଦ୍ୟାଳୟରେ ପଣ୍ଡିତ ଉତ୍କଳମଣୀ ଗୋପବନ୍ଧୁ ଦାସଙ୍କ ୯୪ତମ ଶ୍ରାଦ୍ଧଦିବସ ପାଳିତ ହୋଇଯାଇଛି । ଏହି ଉପଲକ୍ଷେ କେନ୍ଦ୍ରାପଡା ମହାବିଦ୍ୟାଳୟ ପରିସରରେ ଥିବା ଗୋପବନ୍ଧୁଙ୍କ ପ୍ରତିମୂର୍ତିରେ କଲେଜ ଅଧ୍ୟକ୍ଷ ପ୍ରଫେସର ଗୋପାଳ ଚନ୍ଦ୍ର ବେହେରା, ଅଧ୍ୟାପକ ରଞ୍ଜିତ କୁମାର ଦାସ, ଅଧ୍ୟାପକ ଜ୍ଞାନେନ୍ଦ୍ର ଦାଶଙ୍କ ସମେତ ସମସ୍ତ ଅଧ୍ୟାପକ, ଅଧ୍ୟାପିକା,  କର୍ମଚାରୀ ଓ ଛାତ୍ରଛାତ୍ରୀମାନେ ପୁଷ୍ପମାଲ୍ୟ ଅର୍ପଣ କରି ଶ୍ରଦ୍ଧାସୁମନ ଅର୍ପଣ କରିଥିଲେ । ଏହି ଅବସରରେ କଲେଜ ଅଧ୍ୟକ୍ଷ ପ୍ରଫେସର ବେହେରା ଗୋପବନ୍ଧୁଙ୍କ ତ୍ୟାଗପୂତ ଜୀବନୀ ସମ୍ପର୍କରେ ବକ୍ତବ୍ୟ ରଖିଥିଲେ । ଓଡ଼ିଶା ସମାଚାର

About admin

Check Also

ସରପଞ୍ଚ ଙ୍କ ନିଆରା ପ୍ରୟାସ

Leave a Reply

Your email address will not be published.