Friday , August 12 2022
Breaking News
Home / ବିଶେଷ / ଗୋପବନ୍ଧୁଙ୍କ ଶ୍ରାଦ୍ଧଦିବସ ଅବସରରେ ସ୍ୱେଛାକୃତ ରକ୍ତଦାନ ଶିବିର

ଗୋପବନ୍ଧୁଙ୍କ ଶ୍ରାଦ୍ଧଦିବସ ଅବସରରେ ସ୍ୱେଛାକୃତ ରକ୍ତଦାନ ଶିବିର

କେନ୍ଦ୍ରାପଡ଼ା, ୨୯/୬/୨୦୨୨(ଓଡ଼ିଶା ସମାଚାର)- ପଣ୍ଡିତ ଉତ୍କଳମଣୀ ଗୋପବନ୍ଧୁ ଦାସଙ୍କ ୯୪ତମ ଶ୍ରାଦ୍ଧଦିବସ ଅବସରରେ ସ୍ଥାନୀୟ ପୌରସଂସ୍ଥା ଟାଉନହଲ ପରିସରରେ ଓଡିଶା ମୋ ପରିବାର ଓ ‘ସମାଜ’ର ମିଳିତ ଆନୁକୂଲ୍ୟରେ ଏକ ସ୍ୱେଛାକୃତ ରକ୍ତଦାନ ଶିବିର ଅନୁଷ୍ଠିତ ହୋଇଯାଇଛି । ଏହି ଶିବିରକୁ କେନ୍ଦ୍ରାପଡା ବିଧାୟକ ଶଶିଭୂଷଣ ବେହେରା ଓ ରାଜନଗର ବିଧାୟକ ଧ୍ରୁବ ଚରଣ ସାହୁ ଅତିଥି ଭାବେ ଯୋଗଦେଇ ଉଦଘାଟନ କରିବା ସହିତ ଗୋପବନ୍ଧୁଙ୍କ ଫଟୋଚିତ୍ରରେ ମାଲ୍ୟାର୍ପଣ କରି ଶ୍ରଦ୍ଧାସୁମନ ଅର୍ପଣ କରିଥିଲେ । ଏହି ଶିବିରରେ ୩୦ୟୁନିଟ ରକ୍ତ ସଂଗୃହିତ ହୋଇଥିଲା । ଅନ୍ୟମାନଙ୍କ ମଧ୍ୟରେ ପୂର୍ବତନ ମନ୍ତ୍ରୀ ଗଣେଶ୍ୱର ବେହେରା, ପୂର୍ବତନ ବିଧାୟକ ଚିନ୍ମୟ ପ୍ରସାଦ ବେହୁରା, ଜିଲ୍ଲା ପରିଷଦ ସଭାପତି ଗିତାଞ୍ଜଳୀ ସେଠୀ, ନଗରପାଳ ସରିତା ସାହୁ, ସମାଜସେବୀ ମୂରଲୀଧର ସେଠୀ, ଅଧ୍ୟାପକ ଅଜୟ ରାଉତ, ବିଶିଷ୍ଟ ସମବାୟବୀତ ପ୍ରମୋଦ ସାହୁ, ପୂର୍ବତନ ରାଜ୍ୟ ବିଜେଡି ଯୁଗ୍ମ ସମ୍ପାଦକ ରାଜେଶ ପଣ୍ଡା, ଦୁର୍ଗାଶିଷ ମହାନ୍ତି, ଜିଲ୍ଲା ପରିଷଦ ସଭ୍ୟ ରଶ୍ମୀରଞ୍ଜନ ରାଉତ, ଭୀଷ୍ମ ମହାନ୍ତି, ମଧୁଛନ୍ଦା ମହାନ୍ତି, ଲିଲିତା ଦାସ ପ୍ରମୁଖ ଉପସ୍ଥିତ ରହି ରକ୍ତଦାତାମାନଙ୍କୁ ଉତ୍ସାହିତ କରିଥିଲେ । କାଉନସିଲର କାଳିପ୍ରସାଦ ମିଶ୍ର, ପୂର୍ବତନ କାଉନସିଲର ହିରଣ୍ୟ ପଣ୍ଡା, ଜିଲ୍ଲା ପ୍ରତିଭା ପୂଜା ସଂସଦ ସଭାପତି ପ୍ରଦୀପ କୁମାର ମହାନ୍ତି, ମହେନ୍ଦ୍ର ମିଶ୍ର, ସୌମେନ୍ଦ୍ର ପୃଷ୍ଟି, ମୀର ମୁର୍ଶିଦ୍ଧ, ସାମ୍ବାଦିକ ସୋମନାଥ ସାହୁ, ପରିକ୍ଷିତ ପାତ୍ର, ଚିତରଞ୍ଜନ ଦାସ ପ୍ରମୁଖ ଶିବିର ପରିଚାଳନାରେ ସହଯୋଗ କରିଥିଲେ । ଓଡ଼ିଶା ସମାଚାର

About admin

Check Also

ଗଙ୍ଗାଧର ଓଡ଼ିଶାର କାଳିଦାସ – ଉତ୍କଳ ସମ୍ମିନଳନୀ

(ମେହେର ଜୟନ୍ତୀ ପାଳନ) ଭୁବନେଶ୍ୱର,୧୨/୦୮/୨୦୨୨(ଓଡ଼ିଶା ସମାଚାର)- ଆଜି ଉତ୍କଳ ସମ୍ମିଳନୀ କେନ୍ଦ୍ରୀୟ କମିଟି ପକ୍ଷରୁ ସ୍ୱଭାବ କବି ରଙ୍ଗାଜୀବ ଗଙ୍ଗାଧର …

Leave a Reply

Your email address will not be published.