ଭୁବନେଶ୍ୱର ୩୦/୬/୨୦୨୨(ଓଡ଼ିଶା ସମାଚାର)- ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୧୫୫ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୯୧ ଜଣ କ୍ୱାରେଣ୍ଟାଇନ୍ ରୁ ରହିଥିବା ବେଳେ ୬୪ ଜଣ ସ୍ଥାନୀୟ ସଂକ୍ରମିତ । ସେହିଭଳି ୧୮ ବର୍ଷ ବୟସ ମଧ୍ୟରେ ୧୬ ଜଣ ଶିଶୁ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ବାଲେଶ୍ୱର ଜିଲ୍ଲାରୁ ୮ଜଣ, ବରଗଡ଼ ଜିଲ୍ଲାରୁ ୩ଜଣ, ଭଦ୍ରକ ଜିଲ୍ଲାରୁ ୪ଜଣ, କଟକ ଜିଲ୍ଲାରୁ ୧୬ଜଣ, ଢେଙ୍କାନାଳ ଜିଲ୍ଲାରୁ ଜଣେ, ଜଗତସିଂହପୁର ଜିଲ୍ଲାରୁ ୪ଜଣ, ଝାରସୁଗୁଡା ଜିଲ୍ଲାରୁ ଜଣେ, କେନ୍ଦ୍ରାପଡ଼ା ଜିଲ୍ଲାରୁ ଜଣେ, ଖୋର୍ଦ୍ଧା ଜିଲ୍ଲାରୁ ୬୯ଜଣ, ମାଲକାନଗିରି ଜିଲ୍ଲାରୁ ଜଣେ, ମୟୁରଭଞ୍ଜ ଜିଲ୍ଲାରୁ ଜଣେ, ନୟାଗଡ଼ ଜିଲ୍ଲାରୁ ୨ଜଣ, ପୁରୀ ଜିଲ୍ଲାରୁ ୯ଜଣ, ରାୟଗଡ଼ା ଜିଲ୍ଲାରୁ ଜଣେ, ସମ୍ବଲପୁର ଜିଲ୍ଲାରୁ ୩ଜଣ, ସୋନପୁର ଜିଲ୍ଲାରୁ ୨ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୧୨ଜଣ, ଷ୍ଟେଟ ପୁଲ୍ ରୁ ୧୭ଜଣ ରହିଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ ସଂକ୍ରମିତ ଙ୍କ ସଂଖ୍ୟା ୧୨୮୯୭୫୭ ଜଣକୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟ୍ କରି ସୂଚନା ଦିଆଯାଇଛି ।
ଅନ୍ୟ ପକ୍ଷରେ ଗତ ୨୪ ଘଂଟା ମଧ୍ୟରେ କରୋନା ଜନିତ ମୃତ୍ୟୁ ସମ୍ପର୍କରେ ସୂଚନା ଦିଆଯାଇନାହିଁ । ତେବେ ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୯୧୨୬ ରେ ସ୍ଥିର ରହିଥିବାବେଳେ ୫୩ ଜଣ କରୋନା ସଂକ୍ରମିତ ଅନ୍ୟ ରୋଗରେ ମୃତ୍ୟୁ ବରଣ କରିଛନ୍ତି ।
ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୨୮୯୭୫୭ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୧୨୭୯୮୪୯ଜଣ ସୁସ୍ଥ ହୋଇଛନ୍ତି । ଆଉ ୭୨୯ଜଣ ସକ୍ରୀୟ ସଂକ୍ରମିତ ଚିକିତ୍ସାଧିନ ଅଛନ୍ତି । ଗତକାଲି ସୁଦ୍ଧା ରାଜ୍ୟରେ ୩୨୦୮୧୮୬୬ସାମ୍ପୁଲ ଟେଷ୍ଟ୍ ହୋଇଛି । ଓଡ଼ିଶା ସମାଚାର
