ପୁରୀ, ୦ ୧ / ୦୭ /୨୦୨୨(ଓଡ଼ିଶା ସମାଚାର)- ରାଜ୍ୟ ସରକାରଙ୍କ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ପ୍ରକାଶ ପାଉଥିବା ମାସିକ ମାଗିଜିନ ଉତ୍କଳ ପ୍ରସଙ୍ଗ ଉନ୍ମୋଚିତ ହୋଇଛି । ସେହିପରି ରଥଯାତ୍ରା ଉପଲକ୍ଷେ ସ୍ୱତନ୍ତ୍ର ସଂସ୍କରଣ ଓଡିଶା ରିଭ୍ୟୁ ମାଗାଜିନ ମଧ୍ୟ ଉନ୍ମୋଚିତ ହୋଇଛି । ମୁଖ୍ୟମନ୍ତ୍ରୀ ନବୀନ ପଟନାୟକ ଏହି ଦୁଇ ମାଗାଜିନର ଉନ୍ମୋଚନ କରିଛନ୍ତି । ଏହି ଅବସରରେ ଓଡିଶା ହାଇକୋର୍ଟର ମୁଖ୍ୟ ବିଚାରପତି, ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ, କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଏବଂ ରାଜ୍ୟ ବିଧାନସଭା ବାଚସ୍ପତି ବିକ୍ରମ କେଶରୀ ଅରୁଖ ଉପସ୍ଥିତ ଥିଲେ । ଓଡ଼ିଶା ସମାଚାର
