Friday , August 12 2022
Breaking News
Home / ସ୍ୱାସ୍ଥ୍ୟ / ଦୈନିକ ସଂକ୍ରମଣ ସଂଖ୍ୟା ୨୦୦ ଟପିଲା : ୧୮ ଜଣ ଶିଶୁ ତୟଗ୍ଦ ଗ୍ଧକ୍ଷବଲ ୨୦୪ ଜଣ କରୋନା ସଂକ୍ରମିତ ଚିହ୍ନଟ, ମୃତ୍ୟୁ ସଂଖ୍ୟା ସ୍ଥିର

ଦୈନିକ ସଂକ୍ରମଣ ସଂଖ୍ୟା ୨୦୦ ଟପିଲା : ୧୮ ଜଣ ଶିଶୁ ତୟଗ୍ଦ ଗ୍ଧକ୍ଷବଲ ୨୦୪ ଜଣ କରୋନା ସଂକ୍ରମିତ ଚିହ୍ନଟ, ମୃତ୍ୟୁ ସଂଖ୍ୟା ସ୍ଥିର

ଭୁବନେଶ୍ୱର ୦ ୧ / ୦୭ /୨୦୨୨(ଓଡ଼ିଶା ସମାଚାର)- ରାଜ୍ୟରେ କରୋନା ଗ୍ରାଫ୍ ଉପର ମୁହାଁ । ଏବେ ଦୈନିକ ସଂକ୍ରମଣ ସଂଖ୍ୟା ୨୦୦ ଟପିଲାଣି । ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୨୦୪ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୧୧୯ ଜଣ କ୍ୱାରେଣ୍ଟାଇନ୍ରୁ ରହିଥିବା ବେଳେ ୮୫ ଜଣ ସ୍ଥାନୀୟ ସଂକ୍ରମିତ । ସେହିଭଳି ୧୮ ବର୍ଷ ବୟସ ମଧ୍ୟରେ ୧୮ ଜଣ ଶିଶୁ ସଂକ୍ରମିତ ଚିହ୍ନଟ ହୋିଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ବାଲେଶ୍ୱର ଜିଲ୍ଲାରୁ ୮ଜଣ, ଭଦ୍ରକ ଜିଲ୍ଲାରୁ ୩ଜଣ, କଟକ ଜିଲ୍ଲାରୁ ୩୮ଜଣ, ଦେଓଗଡ଼ ଜିଲ୍ଲାରୁ ୩ଜଣ, ଢେଙ୍କାନାଳ ଜିଲ୍ଲାରୁ ଜଣେ, ଜଗତସିଂହପୁର ଜିଲ୍ଲାରୁ ୨ଜଣ, ଯାଜପୁର ଜିଲ୍ଲାରୁ ଜଣେ, କନ୍ଧମାଳ ଜିଲ୍ଲାରୁ ଜଣେ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୨ଜଣ, କେନ୍ଦୁଝର ଜିଲ୍ଲାରୁ ଜଣେ, ଖୋର୍ଦ୍ଧା ଜିଲ୍ଲାରୁ ୮୬ଜଣ, ମୟୁରଭଞ୍ଜ ଜିଲ୍ଲାରୁ ୫ଜଣ, ନୟାଗଡ଼ ଜିଲ୍ଲାରୁ ଜଣେ, ନୂଆପଡ଼ା ଜିଲ୍ଲାରୁ ୪ଜଣ, ପୁରୀ ଜିଲ୍ଲାରୁ ୫ଜଣ, ସମ୍ବଲପୁର ଜିଲ୍ଲାରୁ ୩ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୧୮ଜଣ, ଷ୍ଟେଟ ପୁଲ୍ରୁ ୨୨ଜଣ ରହିଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ ସଂକ୍ରମିତ ଙ୍କ ସଂଖ୍ୟା ୧୨୮୯୯୬୧ ଜଣକୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟ୍ କରି ସୂଚନା ଦିଆଯାଇଛି । ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୨୮୯୯୬୧ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୧୨୭୯୯୧୦ଜଣ ସୁସ୍ଥ ହୋଇଛନ୍ତି । ଆଉ ୮୭୨ଜଣ ସକ୍ରିୟ ସଂକ୍ରମିତ ଚିକିତ୍ସାଧିନ ଅଛନ୍ତି । ଗତକାଲି ସୁଦ୍ଧା ରାଜ୍ୟରେ ୩୨୦୯୭୪୮୧ସାମ୍ପୁଲ ଟେଷ୍ଟ୍ ହୋଇଛି । ଓଡ଼ିଶା ସମାଚାର

About admin

Check Also

ଆଜି ସାରା ରାଜ୍ୟରେ କୃମିନାଶକ ଔଷଧ ମାଗଣାରେ ଖାଇବାକୁ ଦିଆଯିବ

ଭୁବନେଶ୍ୱର,୧୨/୦୮/୨୦୨୨(ଓଡ଼ିଶା ସମାଚାର)- ରକ୍ତହୀନତା ଓ ଅପପୁଷ୍ଟି ଦୂର କରିବା ଆଭିମୁଖ୍ୟ ରଖି ଆଜି ସାରା ରାଜ୍ୟରେ କୃମିନାଶକ ଔଷଧ ମାଗଣାରେ …

Leave a Reply

Your email address will not be published.