Friday , August 12 2022
Breaking News
Home / ସ୍ୱାସ୍ଥ୍ୟ / ରାଜ୍ୟରେ କରୋନା ସଂକ୍ରମଣ ବଢ଼ୁଛି , ୪୯ ଜଣ ଶିଶୁ ଙ୍କ ସମେତ ୩୪୬ ଜଣ କରୋନା ସଂକ୍ରମିତ ଚିହ୍ନଟ

ରାଜ୍ୟରେ କରୋନା ସଂକ୍ରମଣ ବଢ଼ୁଛି , ୪୯ ଜଣ ଶିଶୁ ଙ୍କ ସମେତ ୩୪୬ ଜଣ କରୋନା ସଂକ୍ରମିତ ଚିହ୍ନଟ

ଭୁବନେଶ୍ୱର, ୦୩/୦୭/୨୦୨୨(ଓଡ଼ିଶା ସମାଚାର)- ରାଜ୍ୟରେ କରୋନା ସଂକ୍ରମଣ ଧିରେ ଧିରେ ବଢ଼ୁଛି । ଦୈନିକ ସଂକ୍ରମଣ ସଂଖ୍ୟା ଏବେ ୪୦୦ ମୁହାଁ । ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୩୪୬ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୨୦୨ ଜଣ କ୍ୱାରେଣ୍ଟାଇନ୍ ରୁ ରହିଥିବା ବେଳେ ୧୪୪ ଜଣ ସ୍ଥାନୀୟ ସଂକ୍ରମିତ । ସେହିଭଳି ୧୮ ବର୍ଷ ବୟସ ମଧ୍ୟରେ ୪୯ ଜଣ ଶିଶୁ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରେ ବାଲେଶ୍ୱର ଜିଲ୍ଲାରୁ ୭ଜଣ, ଭଦ୍ରକ ଜିଲ୍ଲାରୁ ୪ଜଣ, କଟକ ଜିଲ୍ଲାରୁ ୫୧ଜଣ, ଢେଙ୍କାନାଳ ଜିଲ୍ଲାରୁ ଜଣେ, ଗଞ୍ଜାମ ଜିଲ୍ଲାରୁ ଜଣେ, ଜଗତସିଂହପୁର ଜିଲ୍ଲାରୁ ୭ଜଣ, ଯାଜପୁର ଜିଲ୍ଲାରୁ ୪ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ୨ଜଣ, କଳାହାଣ୍ଡି ଜିଲ୍ଲାରୁ ଜଣେ, କେନ୍ଦୁଝର ଜିଲ୍ଲାରୁ ଜଣେ, ଖୋର୍ଦ୍ଧା ଜିଲ୍ଲାରୁ ୧୮୯ଜଣ, ମୟୁରଭଞ୍ଜ ଜିଲ୍ଲାରୁ ୨ଜଣ, ନୟାଗଡ଼ ଜିଲ୍ଲାରୁ ଜଣେ, ନୂଆପଡ଼ା ଜିଲ୍ଲାରୁ ୭ଜଣ, ପୁରୀ ଜିଲ୍ଲାରୁ ୪ଜଣ, ରାୟଗଡ଼ା ଜିଲ୍ଲାରୁ ୫ଜଣ, ସମ୍ବଲପୁର ଜିଲ୍ଲାରୁ ୫ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୧୩ଜଣ, ଷ୍ଟେଟ ପୁଲ୍ରୁ ୪୧ଜଣ ରହିଛନ୍ତି ।ଏହାକୁ ମିଶାଇ ରାଜ୍ୟରେ ମୋଟ୍ ସଂକ୍ରମିତଙ୍କ ସଂଖ୍ୟା ୧୨୯୦୫୩୮ଜଣକୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟ୍ କରି ସୂଚନା ଦିଆଯାଇଛି ।
ଅନ୍ୟ ପକ୍ଷରେ ଗତ ୨୪ ଘଂଟା ମଧ୍ୟରେ କରୋନା ଜନିତ ମୃତ୍ୟୁ ସମ୍ପର୍କରେ ସୂଚନା ଦିଆଯାଇନାହିଁ । ତେବେ ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୯୧୨୬ ରେ ସ୍ଥିର ରହିଥିବାବେଳେ ୫୩ ଜଣ କରୋନା ସଂକ୍ରମିତ ଅନ୍ୟ ରୋଗରେ ମୃତ୍ୟୁ ବରଣ କରିଛନ୍ତି ।
ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୨୯୦୫୩୮ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୧୨୮୦୦୪୯ଜଣ ସୁସ୍ଥ ହୋଇଛନ୍ତି । ଆଉ ୧୩୧୦ ଜଣ ସକ୍ରିୟ ସଂକ୍ରମିତ ଚିକିତ୍ସାଧିନ ଅଛନ୍ତି । ଗତକାଲି ସୁଦ୍ଧା ରାଜ୍ୟରେ ୩୨୧୨୪୦୦୬ ସାମ୍ପୁଲ ଟେଷ୍ଟ୍ ହୋଇଛି । ଓଡ଼ିଶା ସମାଚାର

About admin

Check Also

ଆଜି ସାରା ରାଜ୍ୟରେ କୃମିନାଶକ ଔଷଧ ମାଗଣାରେ ଖାଇବାକୁ ଦିଆଯିବ

ଭୁବନେଶ୍ୱର,୧୨/୦୮/୨୦୨୨(ଓଡ଼ିଶା ସମାଚାର)- ରକ୍ତହୀନତା ଓ ଅପପୁଷ୍ଟି ଦୂର କରିବା ଆଭିମୁଖ୍ୟ ରଖି ଆଜି ସାରା ରାଜ୍ୟରେ କୃମିନାଶକ ଔଷଧ ମାଗଣାରେ …

Leave a Reply

Your email address will not be published.