Thursday , August 18 2022
Breaking News
Home / ଶିକ୍ଷା / ବୁଧବାର ଦିନ ମାଟ୍ରିକ ପରୀକ୍ଷା ଫଳ ପ୍ରକାଶ ପାଇବ

ବୁଧବାର ଦିନ ମାଟ୍ରିକ ପରୀକ୍ଷା ଫଳ ପ୍ରକାଶ ପାଇବ

ଭୁବନେଶ୍ୱର, ୦ ୪ / ୦୭ /୨୦୨୨(ଓଡ଼ିଶା ସମାଚାର)- ଆସନ୍ତା ୬ ତାରିଖ ବୁଧବାର ଦିନ ମାଟ୍ରିକ ପରୀକ୍ଷା ଫଳ ପ୍ରକାଶ ପାଇବ । ଏ ନେଇ ଆଜି ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ ସୂଚନା ଦେଇଛନ୍ତି। ଆସନ୍ତା ୬ ତାରିଖ ଦିନ ଗୋଟାଏରେ ବୋର୍ଡ ଅଫିସ ରେ ମାଟ୍ରିକ ରେଜଲ୍ଟ ପ୍ରକାଶ ପାଇବ। ଚଳିତ ବର୍ଷ ୫ ଲକ୍ଷ ୨୮ ହଜାର ପିଲା ପରୀକ୍ଷା ଦେଇଛନ୍ତି। ସେହିପରି ଜୁଲାଇ ଶେଷ ସପ୍ତାହରେ ଦ୍ୱାଦଶ ପରୀକ୍ଷାଫଳ ପ୍ରକାଶ ପାଇବ ବୋଲି ମନ୍ତ୍ରୀ ସମୀର ଦାଶ ସୂଚନା ଦେଇଛନ୍ତି। ରେଜଲ୍ଟ ବାହାରିବର ଏକ ଘଣ୍ଟା ସମୟ ପରେ ଓ୍ୱେବସାଇଟ୍ରେ ରେଜଲ୍ଟ ଉପଲବ୍ଧ ହେବ । ତେବେ ରେଜଲ୍ଟ ପ୍ରକାଶ ନେଇ ସବିଶେଷ ତଥ୍ୟ ବୋର୍ଡ ପକ୍ଷରୁ ଦିଆଯିବ ବୋଲି ମନ୍ତ୍ରୀ ସୂଚନା ଦେଇଛନ୍ତି । ଓଡ଼ିଶା ସମାଚାର

About admin

Check Also

କଲେଜ କଳା ବିଭାଗର ଟପ୍ପର ସୁପ୍ରଭା ଅଧ୍ୟାପିକା ହେବେ

କେନ୍ଦ୍ରାପଡା, ୧୩/୦୮/୨୦୨୨(ଓଡ଼ିଶା ସମାଚାର)- କେନ୍ଦ୍ରାପଡା ସ୍ୱୟଂ ଶାସିତ ମହାବିଦ୍ୟାଳୟର ଯୁକ୍ତ ୩ କଳା ବିଭାଗର ଶିକ୍ଷା ସମ୍ମାନ ଛାତ୍ରୀ ସୁପ୍ରଭା …

Leave a Reply

Your email address will not be published.