ଭୁବନେଶ୍ୱର , ୦୪/୦୭/୨୦୨୨(ଓଡ଼ିଶା ସମାଚାର)- ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୨୪୫ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୧୪୩ ଜଣ କ୍ୱାରେଣ୍ଟାଇନ୍ ରୁ ରହିଥିବା ବେଳେ ୧୦୨ ଜଣ ସ୍ଥାନୀୟ ସଂକ୍ରମିତ । ସେହିଭଳି ୧୮ ବର୍ଷ ବୟସ ମଧ୍ୟରେ ୪୧ ଜଣ ଶିଶୁ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରେ ବାଲେଶ୍ୱର ଜିଲ୍ଲାରୁ ୩ଜଣ, ଭଦ୍ରକ ଜିଲ୍ଲାରୁ ୨ଜଣ, ବଲାଙ୍ଗୀର ଜିଲ୍ଲାରୁ ଜଣେ, କଟକ ଜିଲ୍ଲାରୁ ୩୮ଜଣ, ଜଗତସିଂହପୁର ଜିଲ୍ଲାରୁ ଜଣେ, ଯାଜପୁର ଜିଲ୍ଲାରୁ ୪ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ୪ଜଣ, କଳାହାଣ୍ଡି ଜିଲ୍ଲାରୁ ୪ଜଣ, କଳାହାଣ୍ଡି ଜିଲ୍ଲାରୁ ଜଣେ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୨ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୧୩୫ଜଣ, ମାଲକାନଗିରି ଜିଲ୍ଲାରୁ ଜଣେ, ମୟୁରଭଞ୍ଜ ଜିଲ୍ଲାରୁ ୭ଜଣ, ନୟାଗଡ଼ ଜିଲ୍ଲାରୁ ୨ଜଣ, ପୁରୀ ଜିଲ୍ଲାରୁ ୨ଜଣ, ରାୟଗଡ଼ା ଜିଲ୍ଲାରୁ ଜଣେ, ସମ୍ବଲପୁର ଜିଲ୍ଲାରୁ ୩ଜଣ, ସୋନପୁର ଜିଲ୍ଲାରୁ ଜଣେ, ସୁନ୍ଦରଗଡ଼ ଜିଲ୍ଲାରୁ ୯ଜଣ, ଷ୍ଟେଟ ପୁଲ୍ ରୁ ୨୮ଜଣ ରହିଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ ସଂକ୍ରମିତଙ୍କ ସଂଖ୍ୟା ୧୨୯୦୭୮୩ ଜଣକୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟ୍ କରି ସୂଚନା ଦିଆଯାଇଛି ।
ଅନ୍ୟ ପକ୍ଷରେ ଗତ ୨୪ ଘଂଟା ମଧ୍ୟରେ କରୋନା ଜନିତ ମୃତ୍ୟୁ ସମ୍ପର୍କରେ ସୂଚନା ଦିଆଯାଇନାହିଁ । ତେବେ ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୯୧୨୬ ରେ ସ୍ଥିର ରହିଥିବାବେଳେ ୫୩ ଜଣ କରୋନା ସଂକ୍ରମିତ ଅନ୍ୟ ରୋଗରେ ମୃତ୍ୟୁ ବରଣ କରିଛନ୍ତି ।
ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୨୯୦୭୮୩ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୧୨୮୦୧୧୪ଜଣ ସୁସ୍ଥ ହୋଇଛନ୍ତି । ଆଉ ୧୩୧୦ଜଣ ସକ୍ରିୟ ସଂକ୍ରମିତ ଚିକିତ୍ସାଧିନ ଅଛନ୍ତି । ଗତକାଲି ସୁଦ୍ଧା ରାଜ୍ୟରେ ୩୨୧୩୬୭୫୪ସାମ୍ପୁଲ ଟେଷ୍ଟ୍ ହୋଇଛି । ଓଡ଼ିଶା ସମାଚାର