Friday , August 12 2022
Breaking News
Home / ତାଜା ଖବର /   ଭୁବନେଶ୍ୱରରେ ପୁଣି ଜଣେ ଛାତ୍ରୀଙ୍କ ଆତ୍ମହତ୍ୟା

  ଭୁବନେଶ୍ୱରରେ ପୁଣି ଜଣେ ଛାତ୍ରୀଙ୍କ ଆତ୍ମହତ୍ୟା

ଭୁବନେଶ୍ୱର,୦୫/୦୭/୨୦୨୨(ଓଡ଼ିଶା ସମାଚାର)- ରାଜଧାନୀ ଭୁବନେଶ୍ୱରରେ ପୁଣି ଜଣେ ଛାତ୍ରୀଙ୍କ ଆତ୍ମହତ୍ୟା । ସହିଦନଗର ଥାନା ଅନ୍ତର୍ଗତ ଆଚାର୍ୟ୍ୟବିହାରସ୍ଥିତ ଏକ ଭଡ଼ା ଘରୁ ଛାତ୍ରୀଙ୍କର ମୃତଦେହ ଉଦ୍ଧାର ହୋଇଛି। ମୃତ ଛାତ୍ରୀଙ୍କ ନାଁ ଆଶ୍ରିତା ପଟ୍ଟନାୟକ। ଭଦ୍ରକ ଅଂଚଳରେ ତାଙ୍କ ଘର । ସେ ଭୁବନେଶ୍ୱରରେ ରହି ଏକ ଘରୋଇ ଇଞ୍ଜିନିୟରିଂ କଲେଜ୍ ରେ ପାଠ ପଢ଼ୁଥିଲେ । ସେ ଆଚାର୍ୟ୍ୟ ବିହାର ପାଣିଟାଙ୍କି ନିକଟରେ ଥିବା ଏକ ଭଡ଼ା ଘରେ ରହୁଥିଲେ। ସେ ଭଡ଼ା ଘରେ ରହି ଏକ ଘରୋଇ ଇଞ୍ଜିନିୟରିଂ କଲେଜ୍ ରେ ଏମ୍ ସି ଏ ପଢ଼ୁଥିଲେ।  କମିସନରେଟ୍ ପୁଲିସ ମୃତଦେହ ଜବତ କରି ଘଟଣାର ତଦନ୍ତ ଆରମ୍ଭ କରିଛି। ଓଡ଼ିଶା ସମାଚାର

About admin

Check Also

ବାପର ଟାଙ୍ଗିଆ ଚୋଟ ରେ ପୁଅର ମୃତ୍ୟୁ

ରାଜଗାଙ୍ଗପୁର, ୦୯/୦୮/୨୦୨୨(ଓଡ଼ିଶା ସମାଚାର)- ନୃଶଂସ ବାପର ଟାଙ୍ଗିଆ ଚୋଟ ରେ ପୁଅର ଶୋଚନୀୟ ମୃତ୍ୟୁ ଘଟିଛି । ମୃତକ ଜଣକ …

Leave a Reply

Your email address will not be published.