Friday , August 12 2022
Breaking News
Home / ସ୍ୱାସ୍ଥ୍ୟ / ୫୩ ଜଣ ଶିଶୁ ଙ୍କ ସମେତ ୩୩୪ ଜଣ କରୋନା ସଂକ୍ରମିତ ଚିହ୍ନଟ

୫୩ ଜଣ ଶିଶୁ ଙ୍କ ସମେତ ୩୩୪ ଜଣ କରୋନା ସଂକ୍ରମିତ ଚିହ୍ନଟ

ଭୁବନେଶ୍ୱର ୦୫/୦୭/୨୦୨୨(ଓଡ଼ିଶା ସମାଚାର)- ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୩୩୪ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୧୯୫ ଜଣ କ୍ୱାରେଣ୍ଟାଇନ୍ ରୁ ରହିଥିବା ବେଳେ ୧୩୯ ଜଣ ସ୍ଥାନୀୟ ସଂକ୍ରମିତ । ସେହିଭଳି ୧୮ ବର୍ଷ ବୟସ ମଧ୍ୟରେ ୫୩ ଜଣ ଶିଶୁ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରେ ବାଲେଶ୍ୱର ଜିଲ୍ଲାରୁ ୨ଜଣ, ଭଦ୍ରକ ଜିଲ୍ଲାରୁ ୨ଜଣ, କଟକ ଜିଲ୍ଲାରୁ ୭୦ଜଣ, ଜଗତସିଂହପୁର ଜିଲ୍ଲାରୁ ୬ଜଣ, ଯାଜପୁର ଜିଲ୍ଲାରୁ ୨ଜଣ, କଳାହାଣ୍ଡି ଜିଲ୍ଲାରୁ ୩ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୧୮୭ଜଣ, କୋରାପୁଟ ଜିଲ୍ଲାରୁ ୩ଜଣ, ମୟୁରଭଞ୍ଜ ଜିଲ୍ଲାରୁ ୨ଜଣ, ନୟାଗଡ଼ ଜିଲ୍ଲାରୁ ୨ଜଣ, ନୂଆପଡ଼ା ଜିଲ୍ଲାରୁ ୪ଜଣ, ପୁରୀ ଜିଲ୍ଲାରୁ ୨ଜଣ, ରାୟଗଡ଼ା ଜିଲ୍ଲାରୁ ଜଣେ, ସମ୍ବଲପୁର ଜିଲ୍ଲାରୁ ୭ଜଣ, ସୋନପୁର ଜିଲ୍ଲାରୁ ଜଣେ, ସୁନ୍ଦରଗଡ଼ ଜିଲ୍ଲାରୁ ୩ଜଣ, ଷ୍ଟେଟ ପୁଲ୍ ରୁ ୩୭ଜଣ ରହିଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ ସଂକ୍ରମିତଙ୍କ ସଂଖ୍ୟା ୧୨୯୧୧୧୭କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟ୍ କରି ସୂଚନା ଦିଆଯାଇଛି ।
ଅନ୍ୟ ପକ୍ଷରେ ଗତ ୨୪ ଘଂଟା ମଧ୍ୟରେ କରୋନା ଜନିତ ମୃତ୍ୟୁ ସମ୍ପର୍କରେ ସୂଚନା ଦିଆଯାଇନାହିଁ । ତେବେ ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୯୧୨୬ ରେ ସ୍ଥିର ରହିଥିବାବେଳେ ୫୩ ଜଣ କରୋନା ସଂକ୍ରମିତ ଅନ୍ୟ ରୋଗରେ ମୃତ୍ୟୁ ବରଣ କରିଛନ୍ତି ।
ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୨୯୧୧୧୭ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୧୨୮୦୨୪୩ଜଣ ସୁସ୍ଥ ହୋଇଛନ୍ତି । ଆଉ ୧୬୯୫ ଜଣ ସକ୍ରିୟ ସଂକ୍ରମିତ ଚିକିତ୍ସାଡଧିନ ଅଛନ୍ତି । ଗତକାଲି ସୁଦ୍ଧା ରାଜ୍ୟରେ ୩୨୧୪୮୨୦୫ସାମ୍ପୁଲ ଟେଷ୍ଟ୍ ହୋଇଛି । ଓଡ଼ିଶା ସମାଚାର

About admin

Check Also

ଆଜି ସାରା ରାଜ୍ୟରେ କୃମିନାଶକ ଔଷଧ ମାଗଣାରେ ଖାଇବାକୁ ଦିଆଯିବ

ଭୁବନେଶ୍ୱର,୧୨/୦୮/୨୦୨୨(ଓଡ଼ିଶା ସମାଚାର)- ରକ୍ତହୀନତା ଓ ଅପପୁଷ୍ଟି ଦୂର କରିବା ଆଭିମୁଖ୍ୟ ରଖି ଆଜି ସାରା ରାଜ୍ୟରେ କୃମିନାଶକ ଔଷଧ ମାଗଣାରେ …

Leave a Reply

Your email address will not be published.