Friday , August 12 2022
Breaking News
Home / ସ୍ୱାସ୍ଥ୍ୟ / ୪୪ ଜଣ ଶିଶୁ  ଙ୍କ ସମେତ ୪୦୧ ଜଣ କରୋନା ସଂକ୍ରମିତ ଚିହ୍ନଟ

୪୪ ଜଣ ଶିଶୁ  ଙ୍କ ସମେତ ୪୦୧ ଜଣ କରୋନା ସଂକ୍ରମିତ ଚିହ୍ନଟ

ଭୁବନେଶ୍ୱର ,୦୬/୦୭/୨୦୨୨(ଓଡ଼ିଶା ସମାଚାର)- ଧିରେ ଧିରେ କାୟା ମେଲାଉଛି କରୋନା । ରାଜ୍ୟରେ ଦୈନିକ ସଂକ୍ରମଣ ସଂଖ୍ୟା ଏବେ ୪ଶହ ଟପିଲା । ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୪୦୧ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୨୩୬ ଜଣ କ୍ୱାରେଣ୍ଟାଇନ୍ ରୁ ରହିଥିବା ବେଳେ ୧୬୫ ଜଣ ସ୍ଥାନୀୟ ସଂକ୍ରମିତ । ସେହିଭଳି ୧୮ ବର୍ଷ ବୟସ ମଧ୍ୟରେ ୪୪ ଜଣ ଶିଶୁ  ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରେ ବାଲେଶ୍ୱର ଜିଲ୍ଲାରୁ ୧୭ଜଣ, ଭଦ୍ରକ ଜିଲ୍ଲାରୁ ୨ଜଣ, କଟକ ଜିଲ୍ଲାରୁ ୬୪ଜଣ, ଗଜପତି ଜିଲ୍ଲାରୁ ୬ଜଣ, ଗଞ୍ଜାମ ଜିଲ୍ଲାରୁ ୨ଜଣ, ଜଗତସିଂହପୁର ଜିଲ୍ଲାରୁ ୫ଜଣ, ଯାଜପୁର ଜିଲ୍ଲାରୁ ୪ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ୩ଜଣ, କଳାହାଣ୍ଡି ଜିଲ୍ଲାରୁ ୨ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୩ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୧୯୪ଜଣ, କୋରାପୁଟ ଜିଲ୍ଲାରୁ ଜଣେ, ମାଲକାନାଗିରି ଜିଲ୍ଲାରୁ ଜଣେ, ମୟୁରଭଞ୍ଜ ଜିଲ୍ଲାରୁ ୬ଜଣ, ନୟାଗଡ଼ ଜିଲ୍ଲାରୁ ୪ଜଣ, ନୂଆପଡ଼ା ଜିଲ୍ଲାରୁ ଜଣେ, ପୁରୀ ଜିଲ୍ଲାରୁ ୧୪ଜଣ, ରାୟଗଡ଼ା ଜିଲ୍ଲାରୁ ଜଣେ, ସମ୍ବଲପୁର ଜିଲ୍ଲାରୁ ୫ଜଣ, ସୋନପୁର ଜିଲ୍ଲାରୁ ଜଣେ, ସୁନ୍ଦରଗଡ଼ ଜିଲ୍ଲାରୁ ୧୯ଜଣ ରହିଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ ସଂକ୍ରମିତ ଙ୍କ ସଂଖ୍ୟା ୧୨୯୧୫୧୮ଜଣକୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟ୍ କରି ସୂଚନା ଦିଆଯାଇଛି ।

ଅନ୍ୟ ପକ୍ଷରେ ଗତ ୨୪ ଘଂଟା ମଧ୍ୟରେ କରୋନା ଜନିତ ମୃତ୍ୟୁ ସମ୍ପର୍କରେ ସୂଚନା ଦିଆଯାଇନାହିଁ । ତେବେ ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୯୧୨୬ ରେ ସ୍ଥିର ରହିଥିବାବେଳେ ୫୩ ଜଣ କରୋନା ସଂକ୍ରମିତ ଅନ୍ୟ ରୋଗରେ ମୃତ୍ୟୁ ବରଣ କରିଛନ୍ତି ।

ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୨୯୧୫୧୮ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୧୨୮୦୩୮୨ଜଣ ସୁସ୍ଥ ହୋଇଛନ୍ତି । ଆଉ ୧୯୫୭ ଜଣ ସକ୍ରିୟ ସଂକ୍ରମିତ ଚିକିତ୍ସାଧିନ ଅଛନ୍ତି । ଗତକାଲି ସୁଦ୍ଧା ରାଜ୍ୟରେ ୩୨୧୬୩୩୦୨ସାମ୍ପୁଲ ଟେଷ୍ଟ୍ ହୋଇଛି । ଓଡ଼ିଶା ସମାଚାର

About admin

Check Also

ଆଜି ସାରା ରାଜ୍ୟରେ କୃମିନାଶକ ଔଷଧ ମାଗଣାରେ ଖାଇବାକୁ ଦିଆଯିବ

ଭୁବନେଶ୍ୱର,୧୨/୦୮/୨୦୨୨(ଓଡ଼ିଶା ସମାଚାର)- ରକ୍ତହୀନତା ଓ ଅପପୁଷ୍ଟି ଦୂର କରିବା ଆଭିମୁଖ୍ୟ ରଖି ଆଜି ସାରା ରାଜ୍ୟରେ କୃମିନାଶକ ଔଷଧ ମାଗଣାରେ …

Leave a Reply

Your email address will not be published.