Thursday , August 18 2022
Breaking News
Home / ସ୍ୱାସ୍ଥ୍ୟ / ୫୬ଜଣ ଶିଶୁ ଙ୍କ ସମେତ ୪୨୮ ଜଣ କରୋନା ସଂକ୍ରମିତ ଚିହ୍ନଟ

୫୬ଜଣ ଶିଶୁ ଙ୍କ ସମେତ ୪୨୮ ଜଣ କରୋନା ସଂକ୍ରମିତ ଚିହ୍ନଟ

ଭୁବନେଶ୍ୱର, ୦୭/୦୭/୨୦୨୨(ଓଡ଼ିଶା ସମାଚାର)- ରାଜ୍ୟରେ ଉପର ମୁହାଁ କରୋନା ଗ୍ରାଫ୍ । ଧିରେ ଧିରେ କାୟା ମେଲାଉଛି । ଗତକାଲି ଦୈନିକ ସଂକ୍ରମଣ ୪୦୧ଥିବାବେଳେ ଆଜି ଦୈନିକ ସଂକ୍ରମଣ ୪୨୮ ଜଣ । ଗତ ୨୪ ଘଂଟା ମଧ୍ୟରେ ଚିହ୍ନଟ ହୋଇଥିବା ୪୨୮ ଜଣ ସଂକ୍ରମିତଙ୍କ ମଧ୍ୟରୁ ୨୫୧ ଜଣ କ୍ୱାରେଣ୍ଟାଇନ୍ ରୁ ରହିଥିବା ବେଳେ ୧୭୭ ଜଣ ସ୍ଥାନୀୟ ସଂକ୍ରମିତ । ସେହିଭଳି ୧୮ ବର୍ଷ ବୟସ ମଧ୍ୟରେ ୫୬ଜଣ ଶିଶୁ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରେ ବାଲେଶ୍ୱର ଜିଲ୍ଲାରୁ ୨୨ଜଣ, ବରଗଡ଼ ଜିଲ୍ଲାରୁ ୪ଜଣ, ଭଦ୍ରକ ଜିଲ୍ଲାରୁ ୫ଜଣ, କଟକ ଜିଲ୍ଲାରୁ ୮୮ଜଣ, ଦେଓଗଡ଼ ଜିଲ୍ଲାରୁ ଜଣେ, ଗଞ୍ଜାମ ଜିଲ୍ଲାରୁ ଜଣେ, ଜଗତସିଂହପୁର ଜିଲ୍ଲାରୁ ୬ଜଣ, ଯାଜପୁର ଜିଲ୍ଲାରୁ ୫ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ୪ଜଣ, କଳାହାଣ୍ଡି ଜିଲ୍ଲାରୁ ଜଣେ, କନ୍ଧମାଳ ଜିଲ୍ଲାରୁ ଜଣେ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୨ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୧୮୩ଜଣ, କୋରାପୁଟ ଜିଲ୍ଲାରୁ ଜଣେ, ମାଲକାନଗିରି ଜିଲ୍ଲାରୁ ୨ଜଣ, ମୟୁରଭଞ୍ଜ ଜିଲ୍ଲାରୁ ୮ଜମ, ନୟାଗଡ଼ ଜିଲ୍ଲାରୁ ୪ଜଣ, ନୂଆପଡ଼ା ଜିଲ୍ଲାରୁ ୩ଜଣ, ପୁରୀ ଜିଲ୍ଲାରୁ ୧୧ଜଣ, ରାୟଗଡ଼ା ଜିଲ୍ଲାରୁ ୨ଜଣ, ସମ୍ବଲପୁର ଜିଲ୍ଲାରୁ ୯ଜଣ, ସୋନପୁର ଜିଲ୍ଲାରୁ ୨ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୨୦ଜଣ, ଷ୍ଟେଟ ପୁଲ୍ ରୁ ୪୩ଜଣ ରହିଛନ୍ତି ।ଏହାକୁ ମିଶାଇ ରାଜ୍ୟରେ ମୋଟ୍ ସଂକ୍ରମିତଙ୍କ ସଂଖ୍ୟା ୧୨୯୧୯୪୬ ଜଣକୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟ୍ କରି ସୂଚନା ଦିଆଯାଇଛି ।
ଅନ୍ୟ ପକ୍ଷରେ ଗତ ୨୪ ଘଂଟା ମଧ୍ୟରେ କରୋନା ଜନିତ ମୃତ୍ୟୁ ସମ୍ପର୍କରେ ସୂଚନା ଦିଆଯାଇନାହିଁ । ତେବେ ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୯୧୨୬ ରେ ସ୍ଥିର ରହିଥିବାବେଳେ ୫୩ ଜଣ କରୋନା ସଂକ୍ରମିତ ଅନ୍ୟ ରୋଗରେ ମୃତ୍ୟୁ ବରଣ କରିଛନ୍ତି ।
ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୨୯୧୯୪୬ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୧୨୮୦୫୩୨ଜଣ ସୁସ୍ଥ ହୋଇଛନ୍ତି । ଆଉ ୨୨୩୫ ଜଣ ସକ୍ରିୟ ସଂକ୍ରମିତ ଚିକିତ୍ସାଧିନ ଅଛନ୍ତି । ଗତକାଲି ସୁଦ୍ଧା ରାଜ୍ୟରେ ୩୨୧୮୦୮୨୪ସାମ୍ପୁଲ ଟେଷ୍ଟ୍ ହୋଇଛି । ଓଡ଼ିଶା ସମାଚାର

About admin

Check Also

କନ୍ଧମାଳ :ଜିଲ୍ଲାସ୍ତରୀୟ ଜାତୀୟ କୃମିନାଶକ ଦିବସ ପାଳିତ

କନ୍ଧମାଳ,୧୨/୦୮/୨୨(ଓଡିଶା ସମାଚାର/ସଞ୍ଜୟ କୁମାର ପାଣିଗ୍ରାହୀ):କନ୍ଧମାଳ ଜିଲ୍ଲା ଫୁଲବାଣୀ ସ୍ଥିତ ଏଜେଓ ହାଇସ୍କୁଲ ପରିସରରେ ଶୁକ୍ରବାର ଜିଲ୍ଲାସ୍ତରୀୟ ଜାତୀୟ କୃମିନାଶକ ଦିବସ …

Leave a Reply

Your email address will not be published.