Friday , August 12 2022
Breaking News
Home / ବିଶେଷ / ବାଲେଶ୍ବରରେ ହେବ ନୋଟ୍ ପେପର ମିଲ୍, ମୁଖ୍ୟମନ୍ତ୍ରୀଙ୍କୁ ଭେଟିଲେ ନୋଟ୍ ପେପର ଇଣ୍ଡିଆ ଏମଡ଼ି

ବାଲେଶ୍ବରରେ ହେବ ନୋଟ୍ ପେପର ମିଲ୍, ମୁଖ୍ୟମନ୍ତ୍ରୀଙ୍କୁ ଭେଟିଲେ ନୋଟ୍ ପେପର ଇଣ୍ଡିଆ ଏମଡ଼ି

ଭୁବନେଶ୍ୱର, ୧୩ /୦୭/୨୦୨୨(ଓଡ଼ିଶା ସମାଚାର)- ବାଲେଶ୍ୱରରେ ହେବ ନୋଟ୍ ପେପର ମିଲ୍। ଆଜି ନବୀନ ନିବାସରେ ମୁଖ୍ୟମନ୍ତ୍ରୀଙ୍କୁ ଭେଟିଛନ୍ତି ବ୍ୟାଙ୍କ ନୋଟ୍ ପେପର ଇଣ୍ଡିଆ ପ୍ରାଇଭେଟ ଲିମିଟେଡର ପରିଚାଳନା ନିର୍ଦ୍ଦେଶକ ଥାଲିକର ଆପା ଏସ । ନବୀନ ପଟ୍ଟନାୟକଙ୍କୁ ଭେଟି ବାଲେଶ୍ୱରରେ ହେବାକୁ ଥିବା ପ୍ରକଳ୍ପ ବିଷୟରେ ଅବଗତ କରାଇଛନ୍ତି। ଭାରତୀୟ ରିଜର୍ଭ ବ୍ୟାଙ୍କ ସହ ମିଶି ବାଲେଶ୍ୱରରେ ପ୍ରୋଜେକ୍ଟ କରିବ କମ୍ପାନୀ । ଗତକାଲି କ୍ଷେତ୍ର ପରିଦର୍ଶନ କରିଥିଲା ଆରବିଆଇ ଟିମ୍ । ଭାରତୀୟ ରିଜର୍ଭ ବ୍ୟାଙ୍କ ଓ ନୋଟ୍ ମୁଦ୍ରାନ୍ ପ୍ରାଇଭେଟ ଲିମିଟେଡର ମିଳିତ ଉଦ୍ୟମରେ ଏହି କମ୍ପାନୀ ବାଲେଶ୍ୱରରେ ଏକ ବ୍ୟାଙ୍କ ନୋଟ୍ ମିଲ୍ ସ୍ଥାପନ କରିବା ପାଇଁ ୨୫୦୦ କୋଟି ଟଙ୍କା ବିନିଯୋଗ କରିବାକୁ ଯୋଜନା କରିଛି। ତେବେ ଏହି ପ୍ରକଳ୍ପକୁ ମୁଖ୍ୟମନ୍ତ୍ରୀ ସମର୍ଥନ ଯୋଗାଇବା ସହ ସମସ୍ତ ପ୍ରକାର ସହଯୋଗ କରିବାକୁ ପ୍ରତିଶୃତି ଦେଇଛନ୍ତି। ଏହି ସାକ୍ଷାତ ଆଲୋଚନା ସମୟ ରେ ମୁଖ୍ୟମନ୍ତ୍ରୀଙ୍କ ସହ ୫ଟି ସଚିବ ଭିକେ ପାଣ୍ଡିଆନ ଉପସ୍ଥିତ ଥିଲେ । ଓଡ଼ିଶା ସମାଚାର

About admin

Check Also

କୋଲକାତା ଇଣ୍ଡିଆ ଆନ୍ତର୍ଜାତୀୟ ସାମୁଦ୍ରିକ ଖାଦ୍ୟ ଶୋ 2023 ଆୟୋଜନ କରିବ

ଭୁବନେଶ୍ୱର,୧୨/୦୮/୨୦୨୨(ଓଡ଼ିଶା ସମାଚାର)- ସାମୁଦ୍ରିକ ଦ୍ରବ୍ୟ ରପ୍ତାନି ବିକାଶ ପ୍ରାଧିକରଣ (MPEDA), ସାମୁଦ୍ରିକ ଖାଦ୍ୟ ରପ୍ତାନିକାରୀ ଆସୋସିଏସନ୍ ଅଫ୍ ଇଣ୍ଡିଆ (SEAI) …

Leave a Reply

Your email address will not be published.