ରାଜନଗର ୩୦/୭/୨୦୨୨(ଓଡ଼ିଶା ସମାଚାର)- ଆସନ୍ତା ଅଗଷ୍ଟ ୧ ତାରିଖରେ ଭିତରକନିକା ଜାତୀୟ ଉଦ୍ୟାନ ଖୋଲିବ । କୁମ୍ଭୀର ପ୍ରଜନନ ଋତୁ ପାଇଁ ଗତ ମେଁ ୧ ତାରିଖରୁ ୩ ମାସ ପାଇଁ ପର୍ଯ୍ୟଟକ ମାନଙ୍କ ପାଇଁ ଭିତରକନିକା ବନ୍ଦ ରହିଥିଲା । ଏବେ ଭିତରକନିକା ଖୋଲିବା ପାଇଁ ନିଷ୍ପତ୍ତି ହୋଇଛି । ଆସନ୍ତା ଅଗଷ୍ଟ ପହିଲାରୁ ଭିତରକନିକା ଖୋଲିବ ବୋଲି ରାଜନଗର ବନ ଖଣ୍ଡ ଅଧିକାରୀ ସୂଚନା ଦେଇଛନ୍ତି।ଓଡ଼ିଶା ସମାଚାର
