ଭୁବନେଶ୍ୱର, ୩୦ /୭/୨୦୨୨(ଓଡ଼ିଶା ସମାଚାର)- ପୂର୍ବତନ ମନ୍ତ୍ରୀ ତଥା ସମ୍ବଲପୁର ବିଧାୟକ ଜୟନାରାୟଣ ମିଶ୍ରଙ୍କୁ ବିରୋଧୀ ଦଳ ନେତା ହେଲେ । ବିଜେପିର ଗୁରୁତ୍ବପୂର୍ଣ୍ଣ ବୈଠିକରେ ଆଜି ସର୍ବସମ୍ମତି କ୍ରମେ ଓଡ଼ିଶା ବିଧାନସଭାରେ ବିରୋଧୀ ଦଳ ନେତା ଭାବେ ଜୟନାରାୟଣ ମିଶ୍ରଙ୍କୁ ଚୟନ କରାଯାଇଛି। ପ୍ରଦୀପ୍ତ ନାୟକଙ୍କ ସ୍ଥାନରେ ଜୟନାରାୟଣ ମିଶ୍ରଙ୍କୁ ବିରୋଧୀ ଦଳର ନେତା ଭାବେ ଦାୟିତ୍ବ ଦିଆଯାଇଛି। ପ୍ରଦୀପ୍ତ ନାଏକ ଦୀର୍ଘ ଦିନ ହେବ ଅସୁସ୍ଥ ଥାଇ ଚିକିତ୍ସାଧୀନ ଅଛନ୍ତି। ରାଜ୍ୟ ବିଜେପି କାର୍ଯ୍ୟାଳୟରେ ଅନୁଷ୍ଠିତ ସାମ୍ବାଦିକ ସମ୍ମିଳନୀରେ ବିଜେପି ରାଜ୍ୟ ସହପ୍ରଭାରୀ ବିଜୟ ପାଲ ସିଂ ତୋମାର ଏନେଇ ଘୋଷଣା କରିଛନ୍ତି। ଓଡ଼ିଶା ସମାଚାର
