Friday , August 12 2022
Breaking News
Home / ଶିକ୍ଷା / ଆଦର୍ଶ ଶିକ୍ଷୟିତ୍ରୀଙ୍କ ଅବସରକାଳୀନ ସମ୍ବର୍ଦ୍ଧନା ସଭା

ଆଦର୍ଶ ଶିକ୍ଷୟିତ୍ରୀଙ୍କ ଅବସରକାଳୀନ ସମ୍ବର୍ଦ୍ଧନା ସଭା

କେନ୍ଦ୍ରାପଡ଼ା, ୩୧/୭/୨୦୨୨(ଓଡ଼ିଶା ସମାଚାର)- କେନ୍ଦ୍ରାପଡା ବ୍ଲକ ଅନ୍ତର୍ଗତ କୁତରଙ୍ଗ ଗ୍ରାମପଂଚାୟତ ଅଧିନସ୍ଥ ପଲ୍ଲୀ ଶିକ୍ଷାଶ୍ରମ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ସେବାନିବୃତ ସହକାରୀ ଶିକ୍ଷୟତ୍ରୀ ମୀନା କୁମାରୀ ଦେଇଙ୍କ ଅବସରକାଳୀନ ସମ୍ବର୍ଦ୍ଧନା ସଭା ଅନୁଷ୍ଠିତ ହୋଇଯାଇଛି । ସ୍ଥାନୀୟ ମା’ମଙ୍ଗଳା ଉଚ୍ଚ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ନିର୍ମଳ କୁମାର ନାୟକଙ୍କ ସଭାପତିତ୍ୱରେ ଅନୁଷ୍ଠିତ ସମ୍ବର୍ଦ୍ଧନା ପର୍ବରେ ମଣ୍ଡଳ ସହ ଶିକ୍ଷା ଅଧିକାରୀ କୁମୁଦିନୀ ଦେଇ ଓ ଅଞ୍ଜନା ସ୍ୱାଇଁ, ପ୍ରଧାନ ଶିକ୍ଷକ ରାଧାକାନ୍ତ ମିଶ୍ର, ବିମ୍ବାଧର ବେହେରା, ମା’ମଙ୍ଗଳା ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ଆଂଚଳିକ ସାଧନକେନ୍ଦ୍ରର ସମସ୍ତ ଶିକ୍ଷକ, ଶିକ୍ଷୟିତ୍ରୀମାନେ ଉପସ୍ଥିତ ଥିଲେ । ଏହି ଅବସରରେ ଏକ ଶୃଙ୍ଖଳିତ ରାଲିରେ ସଂପୃକ୍ତ ଶିକ୍ଷୟତ୍ରୀଙ୍କୁ ସଭାସ୍ଥଳକୁ ଅଣାଯାୟୀ ପୁଷ୍ପଗୁଛ, ଉପଢୌକନ ପ୍ରଦାନ ପୂର୍ବକ ସମ୍ବର୍ଦ୍ଧନା ଜ୍ଞାପନ କରାଯାଇଥିଲା । ଆଂଚଳିକ ସାଧନକେନ୍ଦ୍ରର ସଂଯୋଜକ ମହମ୍ମଦ ଗୟାସୁଦ୍ଧିନ ଓ ଗିରିଧାରୀ ସାହୁ ପ୍ରମୁଖ ସେବାନିବୃତ ସହକାରୀ ଶିକ୍ଷୟିତ୍ରୀଙ୍କ ସଫଳତାର ଗୁଣଗାନ କରିବା ସହ ତାଙ୍କ ପଦାଙ୍କ ଅନୁସରଣ କରିବାକୁ ଛାତ୍ରଛାତ୍ରୀମାନଙ୍କୁ ପରାମର୍ଶ ଦେଇଥିଲେ । ଛାତ୍ରଛାତ୍ରୀମାନେ ସ୍ୱାଗତ ଓ ବିଦାୟୀ ସଂଗୀତ ଗାନ କରିଥିଲେ । ଓଡ଼ିଶା ସମାଚାର

About admin

Check Also

ସରପଞ୍ଚ ଙ୍କ ନିଆରା ପ୍ରୟାସ

Leave a Reply

Your email address will not be published.