Friday , August 19 2022
Breaking News
Home / ସ୍ୱାସ୍ଥ୍ୟ / ୧୩୪ ଜଣ ଶିଶୁ ଙ୍କ ସମେତ ୭୯୭ ଜଣ କରୋନା ସଂକ୍ରମିତ ଚିହ୍ନଟ

୧୩୪ ଜଣ ଶିଶୁ ଙ୍କ ସମେତ ୭୯୭ ଜଣ କରୋନା ସଂକ୍ରମିତ ଚିହ୍ନଟ

ଭୁବନେଶ୍ୱର,୦୧/୦୮/୨୦୨୨(ଓଡ଼ିଶା ସମାଚାର)-ଆଜି ବି ଦୈନିକ କରୋନା ସଂକ୍ରମିତ ସଂଖ୍ୟା ଏକ ହଜାର ତଳେ । ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୭୯୭ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୪୬୬ ଜଣ କ୍ୱାରେଣ୍ଟାଇନ୍ ରୁ ରହିଥିବା ବେଳେ ୩୩୧ ଜଣ ସ୍ଥାନୀୟ ସଂକ୍ରମିତ । ସେହିଭଳି ୧୮ ବର୍ଷ ବୟସ ମଧ୍ୟରେ ୧୩୪ ଜଣ ଶିଶୁ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରେ ବାଲେଶ୍ୱର ଜିଲ୍ଲାରୁ ୮ଜଣ, ବରଗଡ଼ ଜିଲ୍ଲାରୁ ୩୦ଜଣ, ଭଦ୍ରକ ଜିଲ୍ଲାରୁ ୭ଜଣ, ବଲାଙ୍ଗୀର ଜିଲ୍ଲାରୁ ୨୮ଜଣ, ବୌଦ୍ଧ ଜିଲ୍ଲାରୁ ୩୮ଜଣ, କଟକ ଜିଲ୍ଲାରୁ ୨୧ଜଣ, ଦେଓଗଡ଼ ଜିଲ୍ଲାରୁ ୯ଜଣ, ଢେଙ୍କାନାଳ ଜିଲ୍ଲାରୁ ୩ଜଣ, ଗଜପତି ଜିଲ୍ଲାରୁ ୫ଜଣ, ଜଗତସିଂହପୁର ଜିଲ୍ଲାରୁ ଜଣେ, ଯାଜପୁର ଜିଲ୍ଲାରୁ ୧୯ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ୧୯ଜଣ, କଳାହାଣ୍ଡି ଜିଲ୍ଲାରୁ ୩୭ଜଣ, କନ୍ଧମାଳ ଜିଲ୍ଲାରୁ ୧୮ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୫ଜଣ, କେନ୍ଦୁଝର ଜିଲ୍ଲାରୁ ୧୩ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୧୧୩ଜଣ, କୋରାପୁଟ ଜିଲ୍ଲାରୁ ୪ଜଣ, ମୟୁରଭଞ୍ଜ ଜିଲ୍ଲାରୁ ୬୭ଜଣ, ନବରଙ୍ଗପୁର ଜିଲ୍ଲାରୁ ୨୦ଜଣ, ନୟାଗଡ଼ ଜିଲ୍ଲାରୁ ୧୭ଜଣ, ନୂଆପଡ଼ା ଜିଲ୍ଲାରୁ ୧୧ଜଣ, ପୁରୀ ଜିଲ୍ଲାରୁ ଜଣେ, ରାୟଗଡ଼ା ଜିଲ୍ଲାରୁ ୧୧ଜଣ, ସମ୍ବଲପୁର ଜିଲ୍ଲାରୁ ୬୬ଜଣ, ସୋନପୁର ଜିଲ୍ଲାରୁ ୨୩ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୧୭୬ଜଣ, ଷ୍ଟେଟ ପୁଲ୍ ରୁ ୨୭ଜଣ ରହିଛନ୍ତି ।ଏହାକୁ ମିଶାଇ ରାଜ୍ୟରେ ମୋଟ୍ ସଂକ୍ରମିତଙ୍କ ସଂଖ୍ୟା ୧୩୧୩୯୪୨ଜଣକୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟ୍ କରି ସୂଚନା ଦିଆଯାଇଛି ।
ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୩୧୩୯୪୨ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୧୨୯୮୦୧୬ ଜଣ ସୁସ୍ଥ ହୋଇଛନ୍ତି । ଆଉ ୬୭୩୨ଜଣ ଆକ୍ଟିଭ୍ ସଂକ୍ରମିତ ଚିକିତ୍ସାଧିନ ଅଛନ୍ତି । ଗତକାଲି ସୁଦ୍ଧା ରାଜ୍ୟରେ ୩୨୬୬୨୪୩୮ ସାମ୍ପୁଲ ଟେଷ୍ଟ୍ ହୋଇଛି । ଓଡ଼ିଶା ସମାଚାର

About admin

Check Also

୧୧୪ ଜଣ ଶିଶୁ ଙ୍କ ସମେତ ୪୮୮ ଜଣ କରୋନା ସଂକ୍ରମିତ ଚିହ୍ନଟ, ଜଣେ ସଂକ୍ରମିତଙ୍କ ମୃତ୍ୟୁ

ଭୁବନେଶ୍ୱର,୧୪/୦୮/୨୦୨୨(ଓଡ଼ିଶା ସମାଚାର)- ଆଜି ମଧ୍ୟ ଦୈନିକ କରୋନା ସଂକ୍ରମିତ ସଂଖ୍ୟା ୫ଶହ ତଳେ ରହିଛି । ଗତ ୨୪ ଘଣ୍ଟା …

Leave a Reply

Your email address will not be published.