Friday , August 12 2022
Breaking News
Home / ସ୍ୱାସ୍ଥ୍ୟ / ୧୩୮ ଜଣ ଶିଶୁ ଙ୍କ ସମେତ ୭୪୧ ଜଣ କରୋନା ସଂକ୍ରମିତ ଚିହ୍ନଟ, ଜଣେ ସଂକ୍ରମିତ ବୃଦ୍ଧା ଙ୍କ ମୃତ୍ୟୁ

୧୩୮ ଜଣ ଶିଶୁ ଙ୍କ ସମେତ ୭୪୧ ଜଣ କରୋନା ସଂକ୍ରମିତ ଚିହ୍ନଟ, ଜଣେ ସଂକ୍ରମିତ ବୃଦ୍ଧା ଙ୍କ ମୃତ୍ୟୁ

ଭୁବନେଶ୍ୱର,୦୨/୦୮/୨୦୨୨(ଓଡ଼ିଶା ସମାଚାର)- ଆଜିବି ଦୈନିକ କରୋନା ସଂକ୍ରମଣ ସଂଖ୍ୟା ଏକ ହଜାର ତଳେ ରହିଛି । ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୭୪୧ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୪୩୩ ଜଣ କ୍ୱାରେଣ୍ଟାଇନ୍ ରୁ ରହିଥିବା ବେଳେ ୩୦୮ ଜଣ ସ୍ଥାନୀୟ ସଂକ୍ରମିତ । ସେହିଭଳି ୧୮ ବର୍ଷ ବୟସ ମଧ୍ୟରେ ୧୩୮ ଜଣ ଶିଶୁ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରେ ଅନୁଗୁଳ ଜିଲ୍ଲାରୁ ୩ଜଣ, ବାଲେଶ୍ୱର ଜିଲ୍ଲାରୁ ୧୨ଜଣ, ବରଗଡ଼ ଜିଲ୍ଲାରୁ ୧୭ଜଣ, ଭଦ୍ରକ ଜିଲ୍ଲାରୁ ୧୨ଜଣ, ବଲାଙ୍ଗୀର ଜିଲ୍ଲାରୁ ୨୮ଜଣ, ବୌଦ୍ଧ ଜିଲ୍ଲାରୁ ୬ଜଣ, କଟକ ଜିଲ୍ଲାରୁ ୩୮ଜଣ, ଦେଓଗଡ଼ ଜିଲ୍ଲାରୁ ୯ଜଣ, ଢେଙ୍କାନାଳ ଜିଲ୍ଲାରୁ ୨ଜଣ, ଗଜପତି ଜିଲ୍ଲାରୁ ୫ଜଣ, ଗଞ୍ଜାମ ଜିଲ୍ଲାରୁ ୬ଜଣ, ଜଗତସିଂହପୁର ଜିଲ୍ଲାରୁ ୫ଜଣ, ଯାଜପୁର ଜିଲ୍ଲାରୁ ୧୦ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ୬ଜଣ, କଳାହାଣ୍ଡି ଜିଲ୍ଲାରୁ ୩୬ଜଣ, କନ୍ଧମାଳ ଜିଲ୍ଲାରୁ ୧୫ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୫ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୧୪୦ଜଣ, କୋରାପୁଟ ଜିଲ୍ଲାରୁ ୧୬ଜଣ, ମୟୁରଭଞ୍ଜ ଜିଲ୍ଲାରୁ ୫୯ଜଣ, ନବରଙ୍ଗପୁର ଜିଲ୍ଲାରୁ ୧୧ଜଣ, ନୟାଗଡ଼ ଜିଲ୍ଲାରୁ ୮ଜଣ, ନୂଆପଡ଼ା ଜିଲ୍ଲାରୁ ୧୬ଜଣ, ପୁରୀ ଜିଲ୍ଲାରୁ ୬ଜଣ, ରାୟଗଡ଼ା ଜିଲ୍ଲାରୁ ୧୦ଜଣ, ସମ୍ବଲପୁର ଜିଲ୍ଲାରୁ ୪୧ଜଣ, ସୋନପୁର ଜିଲ୍ଲାରୁ ୨୦ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୧୭୬ଜଣ, ଷ୍ଟେଟ ପୁଲ୍ ରୁ ୨୭ଜଣ ରହିଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୧୩୧୪୬୮୩କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟ୍ କରି ସୂଚନା ଦିଆଯାଇଛି ।

ଅନ୍ୟ ପକ୍ଷରେ ଗତ ୨୪ ଘଂଟା ମଧ୍ୟରେ ଜଣେ କରୋନା ସଂକ୍ରମିତଙ୍କର ମୃତ୍ୟୁ ହୋଇଛି । ମୃତକ ଯାଜପୁର ଜିଲାର ଜଣେ ୭୫ ବର୍ଷ ବୟସ୍କା ମହିଳା । ଏହାକୁ ମିଶାଇ ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୯୧୪୧ ରେ ପହଂଚିଥିବାବେଳେ ୫୩ ଜଣ କରୋନା ସଂକ୍ରମିତ ଅନ୍ୟ ରୋଗରେ ମୃତ୍ୟୁ ବରଣ କରିଛନ୍ତି ।ଗତ କିଛି ମାସ ଧରି ମୃତ୍ୟୁ ସଂଖ୍ୟା ସ୍ଥିର ରହିଥିବାବେଳେ ଗତ କିଛି ଦିନ ଧରି ଧିରେ ଧିରେ ମୃତ୍ୟୁ ସଂଖ୍ୟା ବଢ଼ିବାରେ ଲାଗିଛି ।

ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୩୧୪୬୮୩ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୧୨୯୮୮୭୨ ଜଣ ସୁସ୍ଥ ହୋଇଛନ୍ତି । ଆଉ ୬୬୧୬ ଜଣ ସକ୍ରିୟ ସଂକ୍ରମିତ ଚିକିତ୍ସାଧିନ ଅଛନ୍ତି । ଗତକାଲି ସୁଦ୍ଧା ରାଜ୍ୟରେ ୩୨୬୮୧୦୭୮ ସାମ୍ପୁଲ ଟେଷ୍ଟ୍ ହୋଇଛି । ଓଡ଼ିଶା ସମାଚାର

About admin

Check Also

ଆଜି ସାରା ରାଜ୍ୟରେ କୃମିନାଶକ ଔଷଧ ମାଗଣାରେ ଖାଇବାକୁ ଦିଆଯିବ

ଭୁବନେଶ୍ୱର,୧୨/୦୮/୨୦୨୨(ଓଡ଼ିଶା ସମାଚାର)- ରକ୍ତହୀନତା ଓ ଅପପୁଷ୍ଟି ଦୂର କରିବା ଆଭିମୁଖ୍ୟ ରଖି ଆଜି ସାରା ରାଜ୍ୟରେ କୃମିନାଶକ ଔଷଧ ମାଗଣାରେ …

Leave a Reply

Your email address will not be published.