Friday , August 12 2022
Breaking News
Home / ଶିକ୍ଷା / ଓଡିଶା ଆଦର୍ଶ ବିଦ୍ୟାଳୟରେ ବୃକ୍ଷରୋପଣ

ଓଡିଶା ଆଦର୍ଶ ବିଦ୍ୟାଳୟରେ ବୃକ୍ଷରୋପଣ

କେନ୍ଦ୍ରାପଡ଼ା, ୦୩/୦୮/୨୦୨୨(ଓଡ଼ିଶା ସମାଚାର)- କେନ୍ଦ୍ରାପଡା ବ୍ଲକ ଅନ୍ତର୍ଗତ ବାରୋ ଗ୍ରାମପଂଚାୟତର ତରାଣ୍ଡୋସ୍ଥିତ ଓଡିଶା ଆଦର୍ଶ ବିଦ୍ୟାଳୟ ଇକୋ କ୍ଲବ ଆନୁକୂଲ୍ୟରେ ଏକ ବୃକ୍ଷରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଆଦର୍ଶ ବିଦ୍ୟାଳୟର ଅଧ୍ୟକ୍ଷ ଆଶୁତୋଷ ଶତପଥୀଙ୍କ ପୌରହିତ୍ୟରେ ଅନୁଷ୍ଠିତ ଏହି ବୃକ୍ଷରୋପଣ କାର୍ଯ୍ୟକ୍ରମରେ ବାରୋ ପଂଚାୟତର ସରପଂଚ ଗୋପିନାଥ ମଲିକ ମୁଖ୍ୟ ଅତିଥି ଭାବେ ଯୋଗଦେଇ ବିଦ୍ୟାଳୟ ପରିସରରେ ବିଭିନ୍ନ ବୃକ୍ଷର ଚାରା ରୋପଣ କରିଥିଲେ । ଏହି କାର୍ଯ୍ୟକ୍ରମରେ ପୂର୍ବତନ ସମିତି ସଭ୍ୟ ସୁଶାନ୍ତ କୁମାର ପରିଡା, ଗଙ୍ଗାଧର ମହାନ୍ତିଙ୍କ ସମେତ ବିଦ୍ୟାଳୟର ଶିକ୍ଷକ, ଶିକ୍ଷୟିତ୍ରୀ ଓ ଛାତ୍ରଛାତ୍ରୀମାନେ ଉପସ୍ଥିତ ଥିଲେ । ଓଡ଼ିଶା ସମାଚାର

About admin

Check Also

ସରପଞ୍ଚ ଙ୍କ ନିଆରା ପ୍ରୟାସ

Leave a Reply

Your email address will not be published.