Friday , August 12 2022
Breaking News
Home / ବିଶେଷ / ଲାଞ୍ଚ ନେବାବେଳେ ଭିଜିଲାନ୍ସ ହାତରେ ଧରାପଡିଲେ ହଳଦିଆ ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରର କିରାଣୀ

ଲାଞ୍ଚ ନେବାବେଳେ ଭିଜିଲାନ୍ସ ହାତରେ ଧରାପଡିଲେ ହଳଦିଆ ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରର କିରାଣୀ

ଖୋର୍ଦ୍ଧା, ୦୩/୦୮/୨୦୨୨(ଓଡ଼ିଶା ସମାଚାର)- ଲାଞ୍ଚ ନେଇ ଧରାହେଲେ କିରାଣୀ । ମୃତ ବ୍ୟକ୍ତିଙ୍କ ପ୍ରମାଣପତ୍ର କରିଦେବାକୁ ୫ ହଜାର ଟଙ୍କା ଲାଞ୍ଚ ନେବାବେଳେ ଭିଜିଲାନ୍ସ ହାତରେ ଧରାପଡିଲେ ଖୋର୍ଦ୍ଧା ଥାନା ଅନ୍ତର୍ଗତ ହଳଦିଆ ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରର କିରାଣୀ ଅନୁପ ଶତପଥୀ । ସୂଚନା ଅନୁସାରେ, ଚମ୍ପାଝର ଗ୍ରାମର ସୁନିଲ ତ୍ରିପାଠୀ ତାଙ୍କ ଜେଜେ ବାପା ଜେଜେ ମା’ଙ୍କ ମୃତ ପ୍ରମାଣ ପତ୍ର ପାଇ ହଳଦିଆ ସ୍ବାସ୍ଥ୍ୟ କେନ୍ଦ୍ରର କିରାଣୀ ଅନୁପ ଶତପଥୀଙ୍କ ସହ ଯୋଗାଯୋଗ କରିବାରୁ ସେ ଏଥିପାଇଁ ୩ହଜାର ଲେଖାଏଁ ୬ହଜାର ଟଙ୍କା ଦାବି କରିଥିଲେ। ଶେଷରେ ୫ ହଜାରରେ କଥା ଛିଡିଥିଲା ।  ନିଜ କାର୍ୟ୍ୟାଳୟରେ ୫ ହଜାର ଟଙ୍କା ଲାଞ୍ଚ ନେବାବେଳେ ଖବର ପାଇ ଖୋର୍ଦ୍ଧା ଭିଜିଲାନ୍ସ ଟିମ୍ ପହଞ୍ଚି ନଗଦ ଟଙ୍କା ଜବତ କରିବା ସହ ତାଙ୍କୁ ଗିରଫ କରି ତଦନ୍ତ ଚଳାଇଛି। ଓଡ଼ିଶା ସମାଚାର

About admin

Check Also

ଚୋରି ଜିନିଷ ଉଦ୍ଧାର:  ୪ଚୋର ଗିରଫ

 ନିରାକାରପୁର, ୧୨/୦୮/୨୦୨୨(ଓଡ଼ିଶା ସମାଚାର)- ଖୋର୍ଦ୍ଧା ଜିଲ୍ଲା  ନିରାକାରପୁର ଥାନା ଅଂଚଳରେ ପୃଥକ ପୃଥକ ଦୁଇଟି ଚୋରି ଘଟଣାରେ ପୋଲିସ କୁ …

Leave a Reply

Your email address will not be published.