Friday , August 12 2022
Breaking News
Home / ସ୍ୱାସ୍ଥ୍ୟ / ୧୬୬ ଜଣ ଶିଶୁ ଙ୍କ ସମେତ ୯୨୦ ଜଣ କରୋନା ସଂକ୍ରମିତ ଚିହ୍ନଟ

୧୬୬ ଜଣ ଶିଶୁ ଙ୍କ ସମେତ ୯୨୦ ଜଣ କରୋନା ସଂକ୍ରମିତ ଚିହ୍ନଟ

ଭୁବନେଶ୍ୱର,୦୩/୦୮/୨୦୨୨(ଓଡ଼ିଶା ସମାଚାର)- ଆଜି ମଧ୍ୟ ଦୈନିକ କରୋନା ସଂକ୍ରମିତଙ୍କ ସଂଖ୍ୟା ଏକ ହଜାର ତଳେ ରହିଛି । ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୯୨୦ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୫୩୮ ଜଣ କ୍ୱାରେଣ୍ଟାଇନ୍‌ ରୁ ରହିଥିବା ବେଳେ ୩୮୨ ଜଣ ସ୍ଥାନୀୟ ସଂକ୍ରମିତ । ସେହିଭଳି ୧୮ ବର୍ଷ ବୟସ ମଧ୍ୟରେ ୧୬୬ ଜଣ ଶିଶୁ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରେ ଅନୁଗୁଳ ଜିଲ୍ଲାରୁ ଜଣେ, ବାଲେଶ୍ୱର ଜିଲ୍ଲାରୁ ୧୭ଜଣ, ବରଗଡ଼ ଜିଲ୍ଲାରୁ ୫୪ଜଣ, ଭଦ୍ରକ ଜିଲ୍ଲାରୁ ୪ଜଣ, ବଲାଙ୍ଗୀର ଜିଲ୍ଲାରୁ ୩୭ଜଣ, ବୌଦ୍ଧ ଜିଲ୍ଲାରୁ ୧୨ଜଣ, କଟକ ଜିଲ୍ଲାରୁ ୩୬ଜଣ, ଦେଓଗଡ଼ ଜିଲ୍ଲାରୁ ୭ଜଣ, ଢେଙ୍କାନାଳ ଜିଲ୍ଲାରୁ ଜଣେ, ଗଜପତି ଜିଲ୍ଲାରୁ ୬ଜଣ, ଗଞ୍ଜାମ ଜିଲ୍ଲାରୁ ୧୨ଜଣ, ଜଗତସିଂହପୁର ଜିଲ୍ଲାରୁ ୮ଜଣ, ଯାଜପୁର ଜିଲ୍ଲାରୁ ୧୩ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ୯ଜଣ, କଳାହାଣ୍ଡି ଜିଲ୍ଲାରୁ ୧୭ଜଣ, କନ୍ଧମାଳ ଜିଲ୍ଲାରୁ ୨୦ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୯ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୧୩୩ଜଣ, କୋରାପୁଟ ଜିଲ୍ଲାରୁ ୨୯ଜଣ, ମୟୁରଭଞ୍ଜ ଜିଲ୍ଲାରୁ ୪୮ଜଣ, ନବରଙ୍ଗପୁର ଜିଲ୍ଲାରୁ ୧୨ଜଣ, ନୟାଗଡ଼ ଜିଲ୍ଲାରୁ ୨୩ଜଣ, ନୂଆପଡ଼ା ଜିଲ୍ଲାରୁ ୯ଜଣ, ପୁରୀ ଜିଲ୍ଲାରୁ ୧୨ଜଣ, ରାୟଗଡ଼ା ଜିଲ୍ଲାରୁ ୧୫ଜଣ, ସମ୍ବଲପୁର ଜିଲ୍ଲାରୁ ୬୮ଜଣ, ସୋନପୁର ଜିଲ୍ଲାରୁ ୨୮ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୨୫୦ଜଣ, ଷ୍ଟେଟ ପୁଲ୍‌ ରୁ ୩୦ଜଣ ରହିଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ ସଂକ୍ରମିତଙ୍କ ସଂଖ୍ୟା ୧୩୧୫୬୦୩ଜଣକୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟ୍ କରି  ସୂଚନା ଦିଆଯାଇଛି ।

ଅନ୍ୟ ପକ୍ଷରେ ଗତ ୨୪ ଘଂଟା ମଧ୍ୟରେ କରୋନା ଜନିତ ମୃତ୍ୟୁ ସମ୍ପର୍କରେ ସୂଚନା ଦିଆଯାଇନାହିଁ । ତେବେ ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୯୧୪୨ ରେ ପହଂଚିଥିବାବେଳେ ୫୩ ଜଣ କରୋନା ସଂକ୍ରମିତ ଅନ୍ୟ ରୋଗରେ ମୃତ୍ୟୁ ବରଣ କରିଛନ୍ତି ।

ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୩୧୫୬୦୩ଜଣ କରୋନା ସଂକ୍ରମିତ  ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୧୩୦୦୦୨୩ ଜଣ ସୁସ୍ଥ ହୋଇଛନ୍ତି । ଆଉ  ୬୩୮୫ ଜଣ ସକ୍ରିୟ ସଂକ୍ରମିତ ଚିକିତ୍ସାଧିନ ଅଛନ୍ତି ।    ଗତକାଲି ସୁଦ୍ଧା ରାଜ୍ୟରେ ୩୨୭୦୨୫୦୭ ସାମ୍ପୁଲ ଟେଷ୍ଟ୍ ହୋଇଛି । ଓଡ଼ିଶା ସମାଚାର

About admin

Check Also

ଆଜି ସାରା ରାଜ୍ୟରେ କୃମିନାଶକ ଔଷଧ ମାଗଣାରେ ଖାଇବାକୁ ଦିଆଯିବ

ଭୁବନେଶ୍ୱର,୧୨/୦୮/୨୦୨୨(ଓଡ଼ିଶା ସମାଚାର)- ରକ୍ତହୀନତା ଓ ଅପପୁଷ୍ଟି ଦୂର କରିବା ଆଭିମୁଖ୍ୟ ରଖି ଆଜି ସାରା ରାଜ୍ୟରେ କୃମିନାଶକ ଔଷଧ ମାଗଣାରେ …

Leave a Reply

Your email address will not be published.