Friday , August 12 2022
Breaking News
Home / ସ୍ୱାସ୍ଥ୍ୟ / ୧୫୭ ଜଣ ଶିଶୁ ଙ୍କ ସମେତ ୮୭୦ ଜଣ କରୋନା ସଂକ୍ରମିତ ଚିହ୍ନଟ , ୨ ଜଣ ସଂକ୍ରମିତଙ୍କ ମୃତ୍ୟୁ

୧୫୭ ଜଣ ଶିଶୁ ଙ୍କ ସମେତ ୮୭୦ ଜଣ କରୋନା ସଂକ୍ରମିତ ଚିହ୍ନଟ , ୨ ଜଣ ସଂକ୍ରମିତଙ୍କ ମୃତ୍ୟୁ

ଭୁବନେଶ୍ୱର,୦୪/୦୮/୨୦୨୨(ଓଡ଼ିଶା ସମାଚାର)- ଆଜି ମଧ୍ୟ ଦୈନିକ କରୋନା ସଂକ୍ରମିତ ଙ୍କ ସଂଖ୍ୟା ଏକ ହଜାର ତଳେ ରହିଛି । ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୮୭୦ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୫୦୯ ଜଣ କ୍ୱାରେଣ୍ଟାଇନ୍ ରୁ ରହିଥିବା ବେଳେ ୩୬୧ ଜଣ ସ୍ଥାନୀୟ ସଂକ୍ରମିତ । ସେହିଭଳି ୧୮ ବର୍ଷ ବୟସ ମଧ୍ୟରେ ୧୫୭ ଜଣ ଶିଶୁ ସଂକ୍ରମିତ ଚିହ୍ନଟ ହୋଇ ଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରେ ବାଲେଶ୍ୱର ଜିଲ୍ଲାରୁ ୧୦ଜଣ, ବରଗଡ଼ ଜିଲ୍ଲାରୁ ୩୬ଜଣ, ଭଦ୍ରକ ଜିଲ୍ଲାରୁ ୮ଜଣ, ବଲାଙ୍ଗୀର ଜିଲ୍ଲାରୁ ୪୫ଜଣ, ବୌଦ୍ଧ ଜିଲ୍ଲାରୁ ୬ଜଣ, କଟକ ଜିଲ୍ଲାରୁ ୨୦ଜଣ, ଦେଓଗଡ଼ ଜିଲ୍ଲାରୁ ୮ଜଣ, ଢେଙ୍କାନାଳ ଜିଲ୍ଲାରୁ ୨ଜଣ, ଗଜପତି ଜିଲ୍ଲାରୁ ୬ଜଣ, ଗଞ୍ଜାମ ଜିଲ୍ଲାରୁ ଜଣେ, ଜଗତସିଂହପୁର ଜିଲ୍ଲାରୁ ୫ଜମ, ଯାଜପୁର ଜିଲ୍ଲାରୁ ୧୬ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ୨୩ଜଣ, କଳାହାଣ୍ଡି ଜିଲ୍ଲାରୁ ୬୩ଜଣ, କନ୍ଧମାଳ ଜିଲ୍ଲାରୁ ୮ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୬ଜଣ, କେନ୍ଦୁଝର ଜିଲ୍ଲାରୁ ୫ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୧୪୦ଜଣ, କୋରାପୁଟ ଜିଲ୍ଲାରୁ ୬ଜଣ, ମୟୁରଭଞ୍ଜ ଜିଲ୍ଲାରୁ ୫୯ଜଣ, ନବରଙ୍ଗପୁର ଜିଲ୍ଲାରୁ ୧୨ଜଣ, ନୟାଗଡ଼ ଜିଲ୍ଲାରୁ ୨୧ଜଣ, ନୂଆପଡ଼ା ଜିଲ୍ଲାରୁ ୧୨ଜଣ, ପୁରୀ ଜିଲ୍ଲାରୁ ୨ଜଣ, ରାୟଗଡ଼ା ଜିଲ୍ଲାରୁ ୧୪ଜଣ, ସମ୍ବଲପୁର ଜିଲ୍ଲାରୁ ୭୨ଜଣ, ସୋନପୁର ଜିଲ୍ଲାରୁ ୧୭ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୨୨୦ଜଣ, ଷ୍ଟେଟ ପୁଲ୍ ରୁ ୨୭ଜଣ ରହିଛନ୍ତି ।ଏହାକୁ ମିଶାଇ ରାଜ୍ୟରେ ମୋଟ୍ ସଂକ୍ରମିତ ଙ୍କ ସଂଖ୍ୟା ୧୩୧୬୪୭୩ ଜଣକୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟ୍ କରି ସୂଚନା ଦିଆଯାଇଛି ।
ଅନ୍ୟ ପକ୍ଷରେ ଗତ ୨୪ ଘଂଟା ମଧ୍ୟରେ ୨ଜଣ କରୋନା ସଂକ୍ରମିତଙ୍କର ମୃତ୍ୟୁ ହୋଇଛି । ମୃତକଙ୍କ ମଧ୍ୟରୁ ଜଣେ ଭୁବନେଶ୍ୱରର ୪୦ ବର୍ଷ ବୟସ୍କା ମହିଳା ଓ ଅନ୍ୟ ଜଣେ କଟକ ଜିଲାର ୫୫ ବର୍ଷ ବୟସ୍କ ପୁରୁଷ । ଏହାକୁ ମିଶାଇ ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୯୧୪୪ ରେ ପହଂଚିଥିବାବେଳେ ୫୩ ଜଣ କରୋନା ସଂକ୍ରମିତ ଅନ୍ୟ ରୋଗରେ ମୃତ୍ୟୁ ବରଣ କରିଛନ୍ତି । ଗତ କିଛି ମାସ ଧରି ମୃତ୍ୟୁ ସଂଖ୍ୟା ସ୍ଥିର ରହିଥିବାବେଳେ ଗତ କିଛି ଦିନ ଧରି ଧିରେ ଧିରେ ମୃତ୍ୟୁ ସଂଖ୍ୟା ବଢ଼ୁଛି ।
ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୩୧୬୪୭୩ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୧୩୦୦୯୫୧ ଜଣ ସୁସ୍ଥ ହୋଇଛନ୍ତି । ଆଉ ୬୩୭୫ ଜଣ ସକ୍ରିୟ ସଂକ୍ରମିତ ଚିକିତ୍ସାଧିନ ଅଛନ୍ତି । ଗତକାଲି ସୁଦ୍ଧା ରାଜ୍ୟରେ ୩୨୭୨୩୩୮୭ ସାମ୍ପୁଲ ଟେଷ୍ଟ୍ ହୋଇଛି । ଓଡ଼ିଶା ସମାଚାର

About admin

Check Also

ଆଜି ସାରା ରାଜ୍ୟରେ କୃମିନାଶକ ଔଷଧ ମାଗଣାରେ ଖାଇବାକୁ ଦିଆଯିବ

ଭୁବନେଶ୍ୱର,୧୨/୦୮/୨୦୨୨(ଓଡ଼ିଶା ସମାଚାର)- ରକ୍ତହୀନତା ଓ ଅପପୁଷ୍ଟି ଦୂର କରିବା ଆଭିମୁଖ୍ୟ ରଖି ଆଜି ସାରା ରାଜ୍ୟରେ କୃମିନାଶକ ଔଷଧ ମାଗଣାରେ …

Leave a Reply

Your email address will not be published.