ଭୁବନେଶ୍ୱର,୦୬/୦୮/୨୦୨୨(ଓଡ଼ିଶା ସମାଚାର)- ଆଜି ମଧ୍ୟ ଦୈନିକ କରୋନା ସଂକ୍ରମିତଙ୍କ ସଂଖ୍ୟା ଏକ ହଜାର ତଳେ ରହିଛି । ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୮୩୬ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୪୯୦ ଜଣ କ୍ୱାରେଣ୍ଟାଇନ୍ ରୁ ରହିଥିବା ବେଳେ ୩୪୬ ଜଣ ସ୍ଥାନୀୟ ସଂକ୍ରମିତ । ସେହିଭଳି ୧୮ ବର୍ଷ ବୟସ ମଧ୍ୟରେ ୧୪୮ ଜଣ ଶିଶୁ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରେ ଅନୁଗୁଳ ଜିଲ୍ଲାରୁ ୨ଜଣ, ବାଲେଶ୍ୱର ଜିଲ୍ଲାରୁ ୧୬ଜଣ, ବରଗଡ଼ ଜିଲ୍ଲାରୁ ୪୭ଜଣ, ଭଦ୍ରକ ଜିଲ୍ଲାରୁ ୪ଜଣ, ବଲାଙ୍ଗୀର ଜିଲ୍ଲାରୁ ୩୩ଜଣ, ବୌଦ୍ଧ ଜିଲ୍ଲାରୁ ୨୩ଜଣ, କଟକ ଜିଲ୍ଲାରୁ ୩୪ଜଣ, ଦେଓଗଡ଼ ଜିଲ୍ଲାରୁ ୫ଜଣ, ଢେଙ୍କାନାଳ ଜିଲ୍ଲାରୁ ଜଣେ, ଗଞ୍ଜାମ ଜିଲ୍ଲାରୁ ୭ଜଣ, ଗଞ୍ଜାମ ଜିଲ୍ଲାରୁ ୩ଜଣ, ଜଗତସିଂହପୁର ଜିଲ୍ଲାରୁ ୨ଜଣ, ଯାଜପୁର ଜିଲ୍ଲାରୁ ୧୨ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ୧୯ଜଣ, କଳାହାଣ୍ଡି ଜିଲ୍ଲାରୁ ୩୭ଜଣ, କନ୍ଧମାଳ ଜିଲ୍ଲାରୁ ୨୧ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୩ଜଣ, କେନ୍ଦୁଝର ଜିଲ୍ଲାରୁ ୧୦ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୯୧ଜଣ, କୋରାପୁଟ ଜିଲ୍ଲାରୁ ୧୨ଜଣ, ମୟୁରଭଞ୍ଜ ଜିଲ୍ଲାରୁ ୭୨ଜଣ, ନବରଙ୍ଗପୁର ଜିଲ୍ଲାରୁ ୩୨ଜଣ, ନୟାଗଡ଼ ଜିଲ୍ଲାରୁ ୧୭ଜଣ, ନୂଆପଡ଼ା ଜିଲ୍ଲାରୁ ୧୪ଜଣ, ପୁରୀ ଜିଲ୍ଲାରୁ ୩ଜଣ, ରାୟଗଡ଼ା ଜିଲ୍ଲାରୁ ୨୧ଜଣ, ସମ୍ବଲପୁର ଜିଲ୍ଲାରୁ ୮୩ଜଣ, ସୋନପୁର ଜିଲ୍ଲାରୁ ୧୬ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୧୭୫ଜଣ, ଷ୍ଟେଟ ପୁଲ୍ ରୁ ୨୧ଜଣ ରହିଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ ସଂକ୍ରମିତଙ୍କ ସଂଖ୍ୟା ୧୩୧୮୧୪୫କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟ୍ ଯୋଗେ ସୂଚନା ଦିଆଯାଇଛି । ଅନ୍ୟ ପକ୍ଷରେ ଗତ ୨୪ ଘଂଟା ମଧ୍ୟରେ ଜଣେ କରୋନା ସଂକ୍ରମିତଙ୍କର ମୃତ୍ୟୁ ହୋଇଛି । ମୃତକଙ୍କ ସମ୍ପର୍କରେ ବର୍ତମାନ ସୁଦ୍ଧା କୌଣସି ସୂଚନା ଦିଆଯାଇନାହିଁ । ଏହାକୁ ମିଶାଇ ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୯୧୪୬ ରେ ପହଂଚିଥିବାବେଳେ ୫୩ ଜଣ କରୋନା ସଂକ୍ରମିତ ଅନ୍ୟ ରୋଗରେ ମୃତ୍ୟୁ ବରଣ କରିଛନ୍ତି ।ଗତ କିଛି ମାସ ଧରି ମୃତ୍ୟୁ ସଂଖ୍ୟା ସ୍ଥିର ରହିଥିବାବେଳେ ଗତ କିଛି ଦିନ ଧରି ଧିରେ ଧିରେ ମୃତ୍ୟୁ ସଂଖ୍ୟା ବଢ଼ିବାରେ ଲାଗିଛି ।
ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୩୧୮୧୪୫ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୧୩୦୨୯୪୧ ଜଣ ସୁସ୍ଥ ହୋଇଛନ୍ତି । ଆଉ ଜଣ ସକ୍ରିୟ ସଂକ୍ରମିତ ଚିକିତ୍ସାଧିନ ଅଚନ୍ତି । ଗତକାଲି ସୁଦ୍ଧା ରାଜ୍ୟରେ ୩୨୭୬୬୬୧୦ ସାମ୍ପୁଲ ଟେଷ୍ଟ୍ ହୋଇଛି । ଓଡ଼ିଶା ସମାଚାର