Wednesday , September 28 2022
Breaking News
Home / ବିଶେଷ / କ୍ୟାବିନେଟ୍ ବୈଠକ ଆଜି

କ୍ୟାବିନେଟ୍ ବୈଠକ ଆଜି

ଭୁବନେଶ୍ୱର,୧୨/୦୮/୨୦୨୨(ଓଡ଼ିଶା ସମାଚାର)- ଆଜି ରାଜ୍ୟ କ୍ୟାବିନେଟ୍ ବୈଠକ ଅନୁଷ୍ଠିତ ହେବ। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଅପରାହ୍ଣ ୫ଟା ୪୫ ମିନିଟରେ ଅନୁଷ୍ଠିତ ହେବାକୁ ଥିବା ରାଜ୍ୟ କ୍ୟାବିନେଟ ବୈଠକରେ କୃଷି, ରାଜସ୍ବ, ସାଧାରଣ ପ୍ରଶାସନ ଭଳି ପ୍ରାୟ ୮ଟି ବିଭାଗର ଗୁରୁତ୍ବପୂର୍ଣ୍ଣ ପ୍ରସ୍ତାବମାନ ପାରିତ ହେବାକୁ ରହିଛି। ବୈଠକରେ ଆଦିବାସୀ ଓ ମହିଳା ସ୍ବୟଂ ସହାୟକ ଗୋଷ୍ଠୀଙ୍କ ସ୍ବାର୍ଥକୁ ଦୃଷ୍ଟିରେ ରଖି ସରକାର କେତେକ ଗୁରୁତ୍ବପୂର୍ଣ୍ଣ ନିଷ୍ପତ୍ତି ନେଇପାରନ୍ତି ବୋଲି ବିଶ୍ବସ୍ତ ସୂତ୍ରରୁ ଜଣାଯାଇଛି। ଓଡ଼ିଶା ସମାଚାର

Leave a Reply

Your email address will not be published.