Wednesday , September 28 2022
Breaking News
Home / ବିଶେଷ / ଭଟ୍ଟାରିକା ପୀଠରେ ୧୪୪ ଧାରା ଜାରି

ଭଟ୍ଟାରିକା ପୀଠରେ ୧୪୪ ଧାରା ଜାରି

କଟକ ,୧୫/୦୮/୨୦୨୨(ଓଡ଼ିଶା ସମାଚାର)- କଟକ ଜିଲ୍ଲା ବଡ଼ମ୍ବାର ପ୍ରସିଦ୍ଧ ଶକ୍ତିପୀଠ ଭଟ୍ଟାରିକା ପୀଠରେ ୧୪୪ ଧାରି ଜାରି କରାଯାଇଛି । ଆଠଗଡ଼ ଦେବୋତ୍ତର ପ୍ରଶାସନ ପକ୍ଷରୁ ଏହି କଟକଣା ଜାରି ହୋଇଛି । ବନ୍ୟାରେ ଜନଗହଳିକୁ ଦୃଷ୍ଟିରେ ରଖି ପ୍ରଶାସନ ପକ୍ଷରୁ ଏଭଳି ନିଷ୍ପତ୍ତି ନିଆଯାଇଛି । ଏନେଇ ବଡ଼ମ୍ବା ତହସିଲଦାରଙ୍କ ପକ୍ଷରୁ ସୂଚନା ଦିଆଯାଇଛି ।

ରବିବାର ଦିନ ବଡ଼ମ୍ବାର ପ୍ରସିଦ୍ଧ ଶକ୍ତିପୀଠ ଭଟାରିକା ପୀଠର ବେଢାରେ ବନ୍ୟାଜଳ ପ୍ରବେଶ କରିଥିଲା । ବନ୍ୟାଜଳକୁ ଦେଖିବା ଲାଗି ଭଟ୍ଟାରିକା ପୀଠରେ ସ୍ଥାନୀୟ ଲୋକଙ୍କ ଭିଡ ଜମିଥିଲା । ଯାହାକୁ  ଦୃଷ୍ଟିରେ ରଖି ପ୍ରଶାସନ ପକ୍ଷରୁ କଠୋର ପଦକ୍ଷେପ ନିଆଯାଇଛି । ପୁରା ପୀଠରେ ୧୪୪ ଧାରା ଜାରି କରାଯାଇଛି । ଏହି କଟକଣା ସମୟରେ କୌଣସି ବ୍ୟକ୍ତିଙ୍କୁ ମନ୍ଦିର ପରିସରକୁ ଯିବାକୁ ଅନୁମତି ନାହିଁ, ଯଦି କେହି ଏହି ନିୟମକୁ ଅବମାନନା କରନ୍ତି । ତେବେ ସେମାନଙ୍କ ବିରୁଧରେ କାର୍ଯ୍ୟାନୁଷ୍ଠାନ ନିଆଯିବ । ଓଡ଼ିଶା ସମାଚାର

Leave a Reply

Your email address will not be published.