Thursday , September 29 2022
Home / ବିଶେଷ / ହୀରାକୁଦ ଜଳଭଣ୍ଡାରର ଆଉ ୫ଟି ଗେଟ୍ ଖୋଲିଲା , ୩୧ଟି ଗେଟ୍ ଦେଇ ବନ୍ୟାଜଳ ନିଷ୍କାସିତ ହେଉଛି – ରାତି ୯ଟା ସୁଦ୍ଧା ଆଉ ୯ଟି ଗେଟ୍ ଖୋଲିବ

ହୀରାକୁଦ ଜଳଭଣ୍ଡାରର ଆଉ ୫ଟି ଗେଟ୍ ଖୋଲିଲା , ୩୧ଟି ଗେଟ୍ ଦେଇ ବନ୍ୟାଜଳ ନିଷ୍କାସିତ ହେଉଛି – ରାତି ୯ଟା ସୁଦ୍ଧା ଆଉ ୯ଟି ଗେଟ୍ ଖୋଲିବ

ଭୁବନେଶ୍ୱର,୧୬/୦୮/୨୦୨୨(ଓଡ଼ିଶା ସମାଚାର)- ହୀରାକୁଦ ଜଳଭଣ୍ଡାରର ଜଳସ୍ତର ବଢୁଛି । ଫଳରେ ହୀରାକୁଦ ଜଳଭଣ୍ଡାରର ଆଉ ୫ଟି ଗେଟ୍ ଖୋଲାଯାଇଛି । ଏହାକୁ ମିଶାଇ ମୋଟ୍ ୩୧ଟି ଗେଟ୍ ଦେଇ ବନ୍ୟାଜଳ ନିଷ୍କାସିତ ହେଉଛି । ତେବେ ରାତି ୯ଟା ସୁଦ୍ଧା ଆଉ ୯ଟି ଗେଟ୍ ଖୋଲିବାର ସମ୍ଭାବନା ରହିଛି । ତେବେ ହୀରାକୁଦ ଜଳ ଭଣ୍ଡାରର ମୋଟ୍ ୪୦ଟି ଗେଟ୍ ଖୋଲିବା ନେଇ ସୂଚନା ରହିଛି । ଜଳସ୍ତର ବଢ଼ିବା କାରଣରୁ ହୀରାକୁଦ ଜଳଭଣ୍ଡାରରୁ ଆଜି ଅପରାହ୍ନ ୪ଟାରେ ପୁଣି ୫ଟି ସ୍ଲୁଇସ୍‌ ଗେଟ୍‌ ଖୋଲିଦିଆଯାଇଛି। ଏଥି ସହିତ ବର୍ତ୍ତମାନ ଜଳଭଣ୍ଡାରରୁ ୩୧ଟି ଗେଟ୍‌ ଦେଇ ଜଳ ନିଷ୍କାସନ ହେଉଛି। ଜଳଭଣ୍ଡାରର ବାମ ପାର୍ଶ୍ବରୁ ୨୩ଟି ଓ ଦକ୍ଷିଣ ପାର୍ଶ୍ବରୁ ୮ଟି ଗେଟ୍‌ ମାଧ୍ୟମରେ ଜଳ ନିଷ୍କାସନ ଜାରି ରହିଛି। ହୀରାକୁଦ ଜଳଭଣ୍ଡାରର ମୁଖ୍ୟ ଯନ୍ତ୍ରୀ ଆନନ୍ଦ ଚନ୍ଦ୍ର ସାହୁ ଗଣମାଧ୍ୟମକୁ ଏହି ସୂଚନା ଦେଇଛନ୍ତି। ତେବେ ଆଜି ରାତି ୮ଟା ପରେ ପର୍ଯ୍ୟାୟ କ୍ରମେ ଆହୁରି ୯ଟି ଗେଟ୍‌ ଦେଇ ବନ୍ୟାଜଳ ନିଷ୍କାସିତ ହେବ। ଜଳ ସଂପଦ ବିଭାଗର ଗୁରୁତ୍ବପୂର୍ଣ୍ଣ ବୈଠକରେ ଏହି ନିଷ୍ପତ୍ତି ନିଆଯାଇଛି। ଅର୍ଥାତ ଆଜି ସନ୍ଧ୍ୟା ୮ଟା ପରେ ୪୦ଟି ଗେଟ୍‌ ଦେଇ ଜଳ ନିଷ୍କାସନ ହେବ।ତେବେ ହୀରାକୁଦ ଜଳଭଣ୍ଡାରରୁ ମୋଟ ୪୦ଟି ଗେଟ୍‌ ଦେଇ ଜଳ ନିଷ୍କାସନ କରାଯିବା ଦ୍ବାରା ମହାନଦୀର ତଳିଆ ଅଞ୍ଚଳରେ ଆହୁରି ଦୁର୍ଦ୍ଦଶା ବଢ଼ିବା ଆଶଙ୍କା କରାଯାଉଛି।  ଓଡ଼ିଶା ସମାଚାର

Leave a Reply

Your email address will not be published.