Wednesday , May 31 2023
Home / ସ୍ୱାସ୍ଥ୍ୟ / ୩୮ ଜଣ ଶିଶୁ ଙ୍କ ସମେତ ୨୩୨ ଜଣ କରୋନା ସଂକ୍ରମିତ ଚିହ୍ନଟ, ୨ ଜଣ ସଂକ୍ରମିତଙ୍କ ମୃତ୍ୟୁ

୩୮ ଜଣ ଶିଶୁ ଙ୍କ ସମେତ ୨୩୨ ଜଣ କରୋନା ସଂକ୍ରମିତ ଚିହ୍ନଟ, ୨ ଜଣ ସଂକ୍ରମିତଙ୍କ ମୃତ୍ୟୁ

ଭୁବନେଶ୍ୱର,୩୦/୦୮/୨୦୨୨(ଓଡ଼ିଶା ସମାଚାର)- ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୨୩୨ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୧୩୬ ଜଣ କ୍ୱାରେଣ୍ଟାଇନ୍ ରୁ ଚିହ୍ନଟ ହୋଇଥିବା ବେଳେ ୯୬ ଜଣ ସ୍ଥାନୀୟ ସଂକ୍ରମିତ । ସେହିପରି ୧୮ ବର୍ଷ ବୟସ ମଧ୍ୟରେ ୩୮ ଜଣ ଶିଶୁ ସଂକ୍ରମିତ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରେ ଅନୁଗୁଳ ଜିଲ୍ଲାରୁ ଜଣେ, ଭଦ୍ରକ ଜିଲ୍ଲାରୁ ଜଣେ, ବଲାଙ୍ଗୀର ଜିଲ୍ଲାରୁ ୮ଜଣ, ବୌଦ୍ଧ ଜିଲ୍ଲାରୁ ଜଣେ, କଟକ ଜିଲ୍ଲାରୁ ୩୦ଜଣ, ଦେଓଗଡ଼ ଜିଲ୍ଲାରୁ ଜଣେ, ଗଞ୍ଜାମ ଜିଲ୍ଲାରୁ ୩ଜଣ, ଜଗତସିଂହପୁର ଜିଲ୍ଲାରୁ ୪ଜଣ, ଯାଜପୁର ଜିଲ୍ଲାରୁ ୮ଜଣ, କଳାହାଣ୍ଡି ଜିଲ୍ଲାରୁ ୧୦ଜଣ, କନ୍ଧମାଳ ଜିଲ୍ଲାରୁ ଜଣେ, କେନ୍ଦୁଝର ଜିଲ୍ଲାରୁ ୨ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୬୧ଜଣ, ମାଲକାନଗିରି ଜିଲ୍ଲାରୁ ଜଣେ, ମୟୁରଭଞ୍ଜ ଜିଲ୍ଲାରୁ ୩ଜଣ, ନବରଙ୍ଗପୁର ଜିଲ୍ଲାରୁ ୯ଜଣ, ନୟାଗଡ଼ ଜିଲ୍ଲାରୁ ୫ଜଣ, ନୂଆପଡ଼ା ଜିଲ୍ଲାରୁ ୬ଜଣ, ପୁରୀ ଜିଲ୍ଲାରୁ ୩ଜଣ, ରାୟଗଡ଼ା ଜିଲ୍ଲାରୁ ୫ଜଣ, ସମ୍ବଲପୁର ଜିଲ୍ଲାରୁ ୧୨ଜଣ, ସୋନପୁର ଜିଲ୍ଲାରୁ ୨ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୪୦ଜଣ, ଷ୍ଟେଟ ପୁଲ୍ ରୁ ୧୫ଜଣ ରହିଛନ୍ତି ।ଏହାକୁ ମିଶାଇ ରାଜ୍ୟରେ ମୋଟ୍ ସଂକ୍ରମିତଙ୍କ ସଂଖ୍ୟା ୧୩୨୭୩୮୨ଜଣକୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟ୍ କରି ସୂଚନା ଦିଆଯାଇଛି ।

ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୩୨୭୩୮୨ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୧୩୧୬୧୭୨ଜଣ ସୁସ୍ଥ ହୋଇଛନ୍ତି । ଆଉ ୧୯୮୨ଜଣ ସକ୍ରିୟ ସଂକ୍ରମିତ ଚିକିତ୍ସାଧିନ ଅଛନ୍ତି । ଗତକାଲି ସୁଦ୍ଧା ରାଜ୍ୟରେ ୩୩୧୬୩୫୮୫ସାମ୍ପୁଲ ଟେଷ୍ଟ୍ ହୋଇଛି । ଓଡ଼ିଶା ସମାଚାର

Leave a Reply

Your email address will not be published.