Thursday , June 1 2023
Breaking News
Home / ବିଶେଷ / କେନ୍ଦ୍ରାପଡା ପୌର ପରିଷଦ ପକ୍ଷରୁ ସ୍ୱାୟତ ଶାସନ ଦିବସ ପାଳିତ

କେନ୍ଦ୍ରାପଡା ପୌର ପରିଷଦ ପକ୍ଷରୁ ସ୍ୱାୟତ ଶାସନ ଦିବସ ପାଳିତ

କେନ୍ଦ୍ରାପଡ଼ା, ୩୧/୦୮/୨୦୨୨(ଓଡ଼ିଶା ସମାଚାର)- କେନ୍ଦ୍ରାପଡା ପୌର ପରିଷଦ ପକ୍ଷରୁ ସ୍ୱାୟତ ଶାସନ ଦିବସ ପାଳିତ ହୋଇଯାଇଛି । ଏହି ଉପଲକ୍ଷେ ସକାଳେ ଜିଲ୍ଲା ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସହରରେ ରାମଧୂନ ପ୍ରଚାର କରାଯାଇଥିବା ବେଳେ ସ୍କୁଲ ଛାତ୍ରଛାତ୍ରୀମାନଙ୍କ ଦ୍ୱାରା ପ୍ରଭାତ ଫେରୀ ଅନୁଷ୍ଠିତ ହୋଇଥିଲା । ପରେ ନଗରପାଳ ସରିତା ସାହୁ ଜାତୀୟ ପତକା ଉତୋଳନ କରିଥିଲେ । ଏହାପରେ ପୌରାଂଚଳ ମଧ୍ୟରେ ଥିବା ଅଗ୍ରଗଣ୍ୟ ବ୍ୟକ୍ତିଙ୍କ ପ୍ରତିମୂର୍ତିରେ ମାଲ୍ୟାର୍ପଣ କରାଯିବା ପରେ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ରୋଗୀମାନଙ୍କୁ ଫଳ ବଂଟନ କରାଯାଇଥିଲା । ଅପରାହ୍ନରେ ବାଇପାସ ରୋଡ(ପୁରୁଣା ଅଦାଲତ ନିକଟ)ରେ ଉର୍ଦ୍ଧୁ ପାଠାଗାରକୁ କେନ୍ଦ୍ରାପଡା ବିଧାୟକ ଶଶି ଭୂଷଣ ବେହେରା ମୁଖ୍ୟ ଅତିଥି ଭାବେ ଯୋଗଦେଇ ଉଦଘାଟନ କରିଥିଲେ । ସନ୍ଧ୍ୟାରେ ପୌର ଟାଉନହଲ ପରିସରରେ ନଗରପାଳ ସରିତା ସାହୁଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଉତ୍ସବରେ କେନ୍ଦ୍ରାପଡା ବିଧାୟକ ଶଶି ଭୂଷଣ ବେହେରା ମୁଖ୍ୟ ଅତିଥି ଓ ଜିଲ୍ଲା ପରିଷଦ ସଭାପତି ଗିତାଞ୍ଜଳୀ ସେଠୀ ମୁଖ୍ୟବକ୍ତା ଏବଂ ଜିଲ୍ଲା ପରିଷଦର ଉନ୍ନୟନ ଅଧିକାରୀ ରାଜେନ୍ଦ୍ର କୁମାର ପଣ୍ଡା ସମ୍ମାନିତ ଅତିଥି ଭାବେ ଯୋଗଦେଇଥିଲେ । ନଗରପାଳ ଶ୍ରୀମତୀ ସାହୁ ଆଭିମୁଖ୍ୟ ସମ୍ପର୍କରେ ବକ୍ତବ୍ୟ ପ୍ରଦାନ କରିଥିବା ବେଳେ ପୌର ନିର୍ବାହୀ ଅଧିକାରୀ ଦେବ ପ୍ରସାଦ ବଳ ବାର୍ଷିକ ବିବରଣୀ ପାଠ କରିଥିଲେ । ଏହି ଅବସରରେ ଅନୁଷ୍ଠିତ ବିଭିନ୍ନ ପ୍ରତିଯୋଗୀତାର କୃତି ପ୍ରତିଯୋଗୀମାନଙ୍କୁ ପୁରସ୍କୃତ କରାଯାଇଥିବା ବେଳେ ଜାତୀୟ ପରିବାର ମଙ୍ଗଳ ଯୋଜନାର ହିତାଧିକାରୀମାନଙ୍କୁ ସହାୟତା ରାଶୀ ପ୍ରଦାନ କରାଯାଇଥିଲା । ଶେଷରେ ସାଂସ୍କୃତିକ କାର୍ଯ୍ୟକ୍ରମ ପରିବେଷଣ କରାଯାଇଥିଲା । ଅନ୍ୟମାନଙ୍କ ମଧ୍ୟରେ ପୌର ଉପାଧ୍ୟକ୍ଷା ଆକବରୀ ଖାତୁନଙ୍କ ସମେତ ସମସ୍ତ ୱାର୍ଡର କାଉନସିଲରମାନେ ଉପସ୍ଥିତ ଥିଲେ । ଭାବଗ୍ରାହୀ କଳାନିକେତନର ଛାତ୍ରଛାତ୍ରୀମାନଙ୍କ ଦ୍ୱାରା ଆବାହନୀ ସଂଗୀତ ଗାନ କରାଯାଇଥିବା ବେଳେ ଜୟଶ୍ରୀ ପତି ମଂଚ ସଂଚାଳନ କରିଥିଲେ । ଓଡ଼ିଶା ସମାଚାର

Leave a Reply

Your email address will not be published.