ଭୁବନେଶ୍ୱର,୩୧/୦୮/୨୦୨୨(ଓଡ଼ିଶା ସମାଚାର)- ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୨୭୫ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୧୬୨ ଜଣ କ୍ୱାରେଣ୍ଟାଇନ୍ ରୁ ଚିହ୍ନଟ ହୋଇଥିବା ବେଳେ ୧୧୩ ଜଣ ସ୍ଥାନୀୟ ସଂକ୍ରମିତ । ସେହିପରି ୧୮ ବର୍ଷ ବୟସ ମଧ୍ୟରେ ୪୫ ଜଣ ଶିଶୁ ସଂକ୍ରମିତ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରେ ବାଲେଶ୍ୱର ଜିଲ୍ଲାରୁ ୧୨ଜଣ, ବରଗଡ଼ ଜିଲ୍ଲାରୁ ୧୦ଜଣ, ଭଦ୍ରକ ଜିଲ୍ଲାରୁ ୩ଜଣ, ବଲାଙ୍ଗୀର ଜିଲ୍ଲାରୁ ୯ଜଣ, ବୌଦ୍ଧ ଜିଲ୍ଲାରୁ ୨ଜଣ, କଟକ ଜିଲ୍ଲାରୁ ୨୯ଜଣ, ଦେଓଗଡ଼ ଜିଲ୍ଲାରୁ ୨ଜଣ, ଗଞ୍ଜାମ ଜିଲ୍ଲାରୁ ୩ଜଣ, ଜଗତସିଂହପୁର ଜିଲ୍ଲାରୁ ୪ଜଣ, ଯାଜପୁର ଜିଲ୍ଲାରୁ ୮ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ୨ଜଣ, କଳାହାଣ୍ଡି ଜିଲ୍ଲାରୁ ୭ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ଜଣେ, କେନ୍ଦୁଝର ଜିଲ୍ଲାରୁ ୫ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୬୪ଜଣ, କୋରାପୁଟ ଜିଲ୍ଲାରୁ ଜଣେ, ମୟୁରଭଞ୍ଜ ଜିଲ୍ଲାରୁ ୭ଜଣ, ନବରଙ୍ଗପୁର ଜିଲ୍ଲାରୁ ୧୩ଜଣ, ନୟାଗଡ଼ ଜିଲ୍ଲାରୁ ୫ଜଣ, ନୂଆପଡ଼ା ଜିଲ୍ଲାରୁ ୭ଜଣ, ପୁରୀ ଜିଲ୍ଲାରୁ ୮ଜଣ, ରାୟଗଡ଼ା ଜିଲ୍ଲାରୁ ୩ଜଣ, ସମ୍ବଲପୁର ଜିଲ୍ଲାରୁ ୧୦ଜଣ, ସୋନପୁର ଜିଲ୍ଲାରୁ ୩ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୪୨ଜଣ, ଷ୍ଟେଟ ପୁଲ୍ ରୁ ୧୫ଜଣ ରହିଛନ୍ତି ।ଏହାକୁ ମିଶାଇ ରାଜ୍ୟରେ ମୋଟ୍ ସଂକ୍ରମିତ ଙ୍କ ସଂଖ୍ୟା ୧୩୨୭୬୫୭ ଜଣକୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟ୍ କରି ସୂଚନା ଦିଆଯାଇଛି ।
ଅନ୍ୟ ପକ୍ଷରେ ଗତ ୨୪ ଘଂଟା ମଧ୍ୟରେ ଜଣେ କରୋନା ସଂକ୍ରମିତଙ୍କର ମୃତ୍ୟୁ ହୋଇଛି । ମୃତକ ମାନଙ୍କ ସମ୍ପର୍କରେ ବର୍ତମାନ ସୁଦ୍ଧା କୌଣସି ସୂଚନା ଦିଆଯାଇନାହିଁ । ତେବେ ଏହାକୁ ମିଶାଇ ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୯୧୭୬ ରେ ପହଂଚିଥିବାବେଳେ ୫୩ ଜଣ କରୋନା ସଂକ୍ରମିତ ଅନ୍ୟ ରୋଗରେ ମୃତ୍ୟୁ ବରଣ କରିଛନ୍ତି ।ଗତ କିଛି ମାସ ଧରି ମୃତ୍ୟୁ ସଂଖ୍ୟା ସ୍ଥିର ରହିଥିବାବେଳେ ଗତ କିଛି ଦିନ ଧରି ଧିରେ ଧିରେ ମୃତ୍ୟୁ ସଂଖ୍ୟା ବଢ଼ିବାରେ ଲାଗିଛି ।
ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୩୨୭୬୫୭ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୧୩୧୬୪୭୪ଜଣ ସୁସ୍ଥ ହୋଇଛନ୍ତି । ଆଉ ୧୯୫୪ଜଣ ସକ୍ରିୟ ସଂକ୍ରମିତ ଚିକିତ୍ସାଧିନ ଅଛନ୍ତି । ଗତକାଲି ସୁଦ୍ଧା ରାଜ୍ୟରେ ୩୩୧୭୯୭୧୫ସାମ୍ପୁଲ ଟେଷ୍ଟ୍ ହୋଇଛି ।ଓଡ଼ିଶା ସମାଚାର