ଭୁବନେଶ୍ୱର,୦୨/୦୯/୨୦୨୨(ଓଡ଼ିଶା ସମାଚାର)- ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୨୨୬ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୧୩୨ ଜଣ କ୍ୱାରେଣ୍ଟାଇନ୍ ରୁ ଚିହ୍ନଟ ହୋଇଥିବା ବେଳେ ୯୪ ଜଣ ସ୍ଥାନୀୟ ସଂକ୍ରମିତ । ସେହିପରି ୧୮ ବର୍ଷ ବୟସ ମଧ୍ୟରେ ୧୯ ଜଣ ଶିଶୁ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଗତ ୨୪ ଘଣ୍ଟା ମଧ୍ୟରେ ବାଲେଶ୍ବର ଜିଲ୍ଲାରୁ ୧, ବରଗଡ଼ରୁ ୪, ଭଦ୍ରକରୁ ୨, ବଲାଙ୍ଗୀରରୁ ୫ ଜଣ, ବୌଦ୍ଧରୁ ୨, କଟକରୁ ୧୪ ଜଣ, ଜଗତସିଂହପୁରରୁ ୫ ଜଣ, ଯାଜପୁରରୁ ୫ ଜଣ, ଝାରସୁଗୁଡ଼ାରୁ ୧, କଳାହାଣ୍ଡି ଜିଲ୍ଲାରୁ ୭ ଜଣ, କନ୍ଧମାଳରୁ ୧ ଜଣ, କେନ୍ଦ୍ରାପଡ଼ାରୁ ୧, ଖୋର୍ଦ୍ଧା ଜିଲ୍ଲାରୁ ୧୦୪, କୋରାପୁଟରୁ ୪, ମୟୂରଭଞ୍ଜରୁ ୨ ଜଣ, ନବରଙ୍ଗପୁରରୁ ୧ ଜଣ, ନୟାଗଡ଼ ଜିଲ୍ଲାରୁ ୩ ଜଣ, ନୂଆପଡ଼ାରୁ ୪, ପୁରୀରୁ ୭ ଜଣ, ରାୟଗଡ଼ାରୁ ୨, ସମ୍ବଲପୁରରୁ ୭ ଜଣ, ସୋନପୁରରୁ ୨, ସୁନ୍ଦରଗଡ଼ରୁ ୧୯ ଜଣ ଓ ଷ୍ଟେଟପୁଲ ରୁ ୨୩ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ ସଂକ୍ରମିତ ଙ୍କ ସଂଖ୍ୟା ୧୩୨୮୦୭୦ଜଣକୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟ୍ କରି ସୂଚନା ଦିଆଯାଇଛି ।
ଅନ୍ୟ ପକ୍ଷରେ ଗତ ୨୪ ଘଂଟା ମଧ୍ୟରେ ଜଣେ କରୋନା ସଂକ୍ରମିତଙ୍କର ମୃତ୍ୟୁ ହୋଇଛି । ମୃତକ ଭୁବନେଶ୍ୱରର ଜଣେ ୮୧ ବର୍ଷ ବୟସ୍କ ପୁରୁଷ । ଏହାକୁ ମିଶାଇ ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୯୧୭୮ ରେ ପହଂଚିଥିବାବେଳେ ୫୩ ଜଣ କରୋନା ସଂକ୍ରମିତ ଅନ୍ୟ ରୋଗରେ ମୃତ୍ୟୁ ବରଣ କରିଛନ୍ତି ।ଗତ କିଛି ମାସ ଧରି ମୃତ୍ୟୁ ସଂଖ୍ୟା ସ୍ଥିର ରହିଥିବାବେଳେ ଗତ କିଛି ଦିନ ଧରି ଧିରେ ଧିରେ ମୃତ୍ୟୁ ସଂଖ୍ୟା ବଢ଼ିବାରେ ଲାଗିଛି ।
ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୩୨୮୦୭୦ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୧୩୧୭୦୪୨ଜଣ ସୁସ୍ଥ ହୋଇଛନ୍ତି । ଆଉ ୧୭୯୭ ଜଣ ସକ୍ରିୟ ସଂକ୍ରମିତ ଚିକିତ୍ସାଧିନ ଅଛନ୍ତି । ଗତକାଲି ସୁଦ୍ଧା ରାଜ୍ୟରେ ୩୩୨୦୬୭୭୭ସାମ୍ପୁଲ ଟେଷ୍ଟ୍ ହୋଇଛି । ଓଡ଼ିଶା ସମାଚାର