Wednesday , May 31 2023
Breaking News
Home / ସ୍ୱାସ୍ଥ୍ୟ / ୧୩ ଜଣ ଶିଶୁ ଙ୍କ ସମେତ ୧୭୪ ଜଣ କରୋନା ସଂକ୍ରମିତ ଚିହ୍ନଟ

୧୩ ଜଣ ଶିଶୁ ଙ୍କ ସମେତ ୧୭୪ ଜଣ କରୋନା ସଂକ୍ରମିତ ଚିହ୍ନଟ

ଭୁବନେଶ୍ୱର,୦୩/୦୯/୨୦୨୨(ଓଡ଼ିଶା ସମାଚାର)- ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୧୭୪ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୧୦୨ ଜଣ କ୍ୱାରେଣ୍ଟାଇନ୍ ରୁ ଚିହ୍ନଟ ହୋଇଥିବା ବେଳେ ୭୨ ଜଣ ସ୍ଥାନୀୟ ସଂକ୍ରମିତ । ସେହିପରି ୧୮ ବର୍ଷ ବୟସ ମଧ୍ୟରେ ୧୩ ଜଣ ଶିଶୁ ସଂକ୍ରମିତ ଚିହ୍ନଟ  ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରେ ଅନୁଗୁଳ ଜିଲ୍ଲାରୁ ଜଣେ, ବାଲେଶ୍ୱର ଜିଲ୍ଲାରୁ ୪ଜଣ, ବରଗଡ଼ ଜିଲ୍ଲାରୁ ଜଣେ, ଭଦ୍ରକ ଜିଲ୍ଲାରୁ ୨ଜଣ, ବଲାଙ୍ଗୀର ଜିଲ୍ଲାରୁ ଜଣେ, ବୌଦ୍ଧ ଜିଲ୍ଲାରୁ ୩ଜଣ, କଟକ ଜିଲ୍ଲାରୁ ୨୦ଜଣ, ଦେଓଗଡ଼ ଜିଲ୍ଲାରୁ ୩ଜଣ, ଗଞ୍ଜାମ ଜିଲ୍ଲାରୁ ୨ଜଣ, ଜଗତସିଂହପୁର ଜିଲ୍ଲାରୁ ୩ଜଣ, ଯାଜପୁର ଜିଲ୍ଲାରୁ ୬ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ଜଣେ, କଳାହାଣ୍ଡି ଜିଲ୍ଲାରୁ ୨ଜଣ, କନ୍ଧମାଳ ଜିଲ୍ଲାରୁ ଜଣେ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୫ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୫୫ଜଣ, କୋରାପୁଟ ଜିଲ୍ଲାରୁ ଜଣେ, ମାଲକାନଗିରି ଜିଲ୍ଲାରୁ ଜଣେ, ମୟୁରଭଞ୍ଜ ଜିଲ୍ଲାରୁ ୮ଜଣ, ନବରଙ୍ଗପୁର ଜିଲ୍ଲାରୁ ୫ଜଣ, ନୟାଗଡ଼ ଜିଲ୍ଲାରୁ ୭ଜଣ, ନୂଆପଡ଼ା ଜିଲ୍ଲାରୁ ୫ଜଣ, ପୁରୀ ଜିଲ୍ଲାରୁ ୯ଜଣ, ରାୟଗଡ଼ା ଜିଲ୍ଲାରୁ ୪ଜଣ, ସମ୍ବଲପୁର ଜିଲ୍ଲାରୁ ଜଣେ, ସୁନ୍ଦରଗଡ଼ ଜିଲ୍ଲାରୁ ୧୦ଜଣ, ଷ୍ଟେଟ ପୁଲ୍ ରୁ ୧୩ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ ସଂକ୍ରମିତ ଙ୍କ ସଂଖ୍ୟା ୧୩୨୮୨୪୪ ଜଣକୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟ୍ କରି ସୂଚନା ଦିଆଯାଇଛି ।

ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୩୨୮୨୪୪ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୧୭୩୪ ୧୩୧୭୨୭୮ଜଣ ସୁସ୍ଥ ହୋଇଛନ୍ତି । ଆଉ ୧୭୩୪ ଜଣ ସକ୍ରିୟ ସଂକ୍ରମିତ ଚିକିତ୍ସାଧିନ ଅଛନ୍ତି । ଗତକାଲି ସୁଦ୍ଧା ରାଜ୍ୟରେ ୩୩୨୧୯୯୯୪ସାମ୍ପୁଲ ଟେଷ୍ଟ୍ ହୋଇଛି ।ଓଡ଼ିଶା ସମାଚାର

Leave a Reply

Your email address will not be published.