ଭୁବନେଶ୍ୱର,୦୪/୦୯/୨୦୨୨(ଓଡ଼ିଶା ସମାଚାର)- ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୨୨୧ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୧୨୯ ଜଣ କ୍ୱାରେଣ୍ଟାଇନ୍ ରୁ ଚିହ୍ନଟ ହୋଇଥିବା ବେଳେ ୯୨ ଜଣ ସ୍ଥାନୀୟ ସଂକ୍ରମିତ । ସେହିପରି ୧୮ ବର୍ଷ ବୟସ ମଧ୍ୟରେ ୪୧ ଜଣ ଶିଶୁ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରେ ବାଲେଶ୍ୱର ଜିଲ୍ଲାରୁ ୨ଜଣ, ବରଗଡ଼ ଜିଲ୍ଲାରୁ ୩ଜଣ, ଭଦ୍ରକ ଜିଲ୍ଲାରୁ ୨ଜଣ, ବଲାଙ୍ଗୀର ଜିଲ୍ଲାରୁ୩ଜଣ, କଟକ ଜିଲ୍ଲାରୁ ୩୧ଜଣ, ଢେଙ୍କାନାଳ ଜିଲ୍ଲାରୁ ୨ଜଣ, ଗଞ୍ଜାମ ଜିଲ୍ଲାରୁ ୫ଜଣ, ଜଗତସିଂହପୁର ଜିଲ୍ଲାରୁ ୫ଜଣ, ଯାଜପୁର ଜିଲ୍ଲାରୁ ୮ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ଜଣେ, କଳାହାଣ୍ଡି ଜିଲ୍ଲାରୁ ୩ଜଣ, କନ୍ଧମାଳ ଜିଲ୍ଲାରୁ ଜଣେ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୪ଜଣ, କେନ୍ଦୁଝର ଜିଲ୍ଲାରୁ ୨ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୪୮ଜଣ, କୋରାପୁଟ ଜିଲ୍ଲାରୁ ୫ଜଣ, ମୟୁରଭଞ୍ଜ ଜିଲ୍ଲାରୁ ୪ଜଣ, ନବରଙ୍ଗପୁର ଜିଲ୍ଲାରୁ ୫ଜଣ, ନୟାଗଡ଼ ଜିଲ୍ଲାରୁ ୮ଜଣ, ନୂଆପଡ଼ା ଜିଲ୍ଲାରୁ ୮ଜଣ, ପୁରୀ ଜିଲ୍ଲାରୁ ୪ଜଣ, ରାୟଗଡ଼ା ଜିଲ୍ଲାରୁ ୨ଜଣ, ସମ୍ବଲପୁର ଜିଲ୍ଲାରୁ ୨ଜଣ, ସୋନପୁର ଜିଲ୍ଲାରୁ ୩ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୪୯ଜଣ, ଷ୍ଟେଟ ପୁଲ୍ ରୁ ୧୧ଜଣ ରହିଛନ୍ତି ।ଏହାକୁ ମିଶାଇ ରାଜ୍ୟରେ ମୋଟ୍ ସଂକ୍ରମିତ ଙ୍କ ସଂଖ୍ୟା ୧୩୨୮୪୬୫ ଜଣକୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟ୍ କରି ସୂଚନା ଦିଆଯାଇଛି ।
ଅନ୍ୟ ପକ୍ଷରେ ଗତ ୨୪ ଘଂଟା ମଧ୍ୟରେ ଜଣେ କରୋନା ସଂକ୍ରମିତଙ୍କର ମୃତ୍ୟୁ ହୋଇଛି । ମୃତକ ସମ୍ବଲପୁର ଜିଲାର ଜଣେ ୪୬ ବର୍ଷ ବୟସ୍କ ପୁରୁଷ । ଏହାକୁ ମିଶାଇ ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୯୧୮୦ ରେ ପହଂଚିଥିବାବେଳେ ୫୩ ଜଣ କରୋନା ସଂକ୍ରମିତ ଅନ୍ୟ ରୋଗରେ ମୃତ୍ୟୁ ବରଣ କରିଛନ୍ତି ।ଗତ କିଛି ମାସ ଧରି ମୃତ୍ୟୁ ସଂଖ୍ୟା ସ୍ଥିର ରହିଥିବାବେଳେ ଗତ କିଛି ଦିନ ଧରି ଧିରେ ଧିରେ ମୃତ୍ୟୁ ସଂଖ୍ୟା ବଢ଼ିବାରେ ଲାଗିଛି ।
ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୩୨୮୪୬୫ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୧୩୧୭୪୯୨ଜଣ ସୁସ୍ଥ ହୋଇଛନ୍ତି । ଆଉ ୧୭୪୦ଜଣ ସକ୍ରିୟ ସଂକ୍ରମିତ ଚିକିତ୍ସାଧିନ ଅଛନ୍ତି । ଗତକାଲି ସୁଦ୍ଧା ରାଜ୍ୟରେ ୩୩୨୩୩୬୫୭ସାମ୍ପୁଲ ଟେଷ୍ଟ୍ ହୋଇଛି ।ଓଡ଼ିଶା ସମାଚାର