Wednesday , May 31 2023
Breaking News
Home / ସ୍ୱାସ୍ଥ୍ୟ / ୭୪ ଜଣ ଶିଶୁ ଙ୍କ ସମେତ ୩୨୮ ଜଣ କରୋନା ସଂକ୍ରମିତ ଚିହ୍ନଟ , ଜଣେ ସଂକ୍ରମିତ ଙ୍କ ମୃତ୍ୟୁ

୭୪ ଜଣ ଶିଶୁ ଙ୍କ ସମେତ ୩୨୮ ଜଣ କରୋନା ସଂକ୍ରମିତ ଚିହ୍ନଟ , ଜଣେ ସଂକ୍ରମିତ ଙ୍କ ମୃତ୍ୟୁ

ଭୁବନେଶ୍ୱର,୦୭/୦୯/୨୦୨୨(ଓଡ଼ିଶା ସମାଚାର)- ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୩୨୮ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୧୯୨ ଜଣ କ୍ୱାରେଣ୍ଟାଇନ୍ ରୁ ଚିହ୍ନଟ ହୋଇଥିବା ବେଳେ ୧୩୬ ଜଣ ସ୍ଥାନୀୟ ସଂକ୍ରମିତ । ସେହିପରି ୧୮ ବର୍ଷ ବୟସ ମଧ୍ୟରେ ୭୪ ଜଣ ଶିଶୁ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରେ ଅନୁଗୁଳ ଜିଲ୍ଲାରୁ ଜଣେ, ବାଲେଶ୍ୱର ଜିଲ୍ଲାରୁ ୪ଜଣ, ବରଗଡ଼ ଜିଲ୍ଲାରୁ ୯ଜଣ, କଟକ ଜିଲ୍ଲାରୁ ୩୧ଜଣ, ଦେଓଗଡ଼ ଜିଲ୍ଲାରୁ ୩ଜଣ, ଗଜପତି ଜିଲ୍ଲାରୁ ୪ଜଣ, ଗଞ୍ଜାମ ଜିଲ୍ଲାରୁ ଜଣେ, ଜଗତସିଂହପୁର ଜିଲ୍ଲାରୁ ୭ଜଣ, ଯାଜପୁର ଜିଲ୍ଲାରୁ ୧୦ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ୩ଜଣ, କଳାହାଣ୍ଡି ଜିଲ୍ଲାରୁ ୧୦ଜଣ, କନ୍ଧମାଳ ଜିଲ୍ଲାରୁ ୪ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୩ଜଣ, କେନ୍ଦୁଝର ଜିଲ୍ଲାରୁ ୨ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୫୪ଜଣ, କୋରାପୁଟ ଜିଲ୍ଲାରୁ ୩ଜଣ, ମାଲକାନଗିରି ଜିଲ୍ଲାରୁ ଜଣେ, ମୟୁରଭଞ୍ଜ ଜିଲ୍ଲାରୁ ୪ଜଣ, ନବରଙ୍ଗପୁର ଜିଲ୍ଲାରୁ ୧୩ଜଣ, ନୟାଗଡ଼ ଜିଲ୍ଲାରୁ ୪୯ଜଣ, ନୂଆପଡ଼ା ଜିଲ୍ଲାରୁ ୯ଜଣ, ପୁରୀ ଜିଲ୍ଲାରୁ ୯ଜଣ, ରାୟଗଡ଼ା ଜିଲ୍ଲାରୁ ୨ଜଣ, ସମ୍ବଲପୁର ଜିଲ୍ଲାରୁ ୮ଜଣ, ସୋନପୁର ଜିଲ୍ଲାରୁ ୩ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୬୧ଜଣ, ଷ୍ଟେଟ ପୁଲ୍ ରୁ ୧୨ଜଣ ରହିଛନ୍ତି ।ଏହାକୁ ମିଶାଇ ରାଜ୍ୟରେ ମୋଟ୍ ସଂକ୍ରମିତ ଙ୍କ ସଂଖ୍ୟା ୧୩୨୯୨୦୩ ଜଣକୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟ୍ କରି ସୂଚନା ଦିଆଯାଇଛି ।
ଅନ୍ୟ ପକ୍ଷରେ ଗତ ୨୪ ଘଂଟା ମଧ୍ୟରେ ଜଣେ କରୋନା ସଂକ୍ରମିତଙ୍କର ମୃତ୍ୟୁ ହୋଇଛି । ମୃତକ କେଉଁ ଜିଲାର ତାହା ବର୍ତମାନ ସୁଦ୍ଧା ସୂଚନା ମିଳିନାହିଁ । ତେବେ ଏହାକୁ ମିଶାଇ ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୯୧୮୩ ରେ ପହଂଚିଥିବାବେଳେ ୫୩ ଜଣ କରୋନା ସଂକ୍ରମିତ ଅନ୍ୟ ରୋଗରେ ମୃତ୍ୟୁ ବରଣ କରିଛନ୍ତି ।ଗତ କିଛି ମାସ ଧରି ମୃତ୍ୟୁ ସଂଖ୍ୟା ସ୍ଥିର ରହିଥିବାବେଳେ ଗତ କିଛି ଦିନ ଧରି ଧିରେ ଧିରେ ମୃତ୍ୟୁ ସଂଖ୍ୟା ବଢ଼ିବାରେ ଲାଗିଛି ।

ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୩୨୯୨୦୩ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୧୩୧୮୩୫୧ଜଣ ସୁସ୍ଥ ହୋଇଛନ୍ତି । ଆଉ ୧୬୧୬ ଜଣ ସକ୍ରିୟ ସଂକ୍ରମିତ ଚିକିତ୍ସାଧିନ ଅଛନ୍ତି । ଗତକାଲି ସୁଦ୍ଧା ରାଜ୍ୟରେ ୩୩୨୭୩୩୮୭ସାମ୍ପୁଲ ଟେଷ୍ଟ୍ ହୋଇଛି । ଓଡ଼ିଶା ସମାଚାର

Leave a Reply

Your email address will not be published.