Sunday , May 28 2023
Breaking News
Home / ବିଶେଷ / ଜିଲ୍ଲା ପ୍ରଶାସନ ପାଳନ କଲା ନୂଆଖାଇ ପର୍ବ-୨୦୨୨

ଜିଲ୍ଲା ପ୍ରଶାସନ ପାଳନ କଲା ନୂଆଖାଇ ପର୍ବ-୨୦୨୨

କେନ୍ଦ୍ରାପଡା,୦୮/୦୯/୨୦୨୨(ଓଡ଼ିଶା ସମାଚାର)- ରାଜ୍ୟ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗଙ୍କ ନିର୍ଦ୍ଧେଶକ୍ରମେ କେନ୍ଦ୍ରାପଡା ଜିଲ୍ଲା ପ୍ରଶାସନ ଓ ଜିଲ୍ଲା ସଂସ୍କୃତି ବିଭାଗର ମିଳିତ ଆନୁକୂଲ୍ୟରେ ଅତିିରିକ୍ତ ଜିଲ୍ଲାପାଳ (ସାଧାରଣ)ପିତାମ୍ବର ସାମଲଙ୍କ ଅଧ୍ୟକ୍ଷତାରେ ପଶ୍ଚିମ ଓଡିଶାର ଗଣପର୍ବ ନୂଆଖାଇ-୨୦୨୨ ପୌରପାଳିକା ଟାଉନହଲ୍ ରେ ବୁଧବାର ପାଳିତ ହୋଇଯାଇଛି । ଏହି ପର୍ବର ମୁଖ୍ୟ ଉଦ୍ଧେଶ୍ୟ ହେଉଛି ଲୋକ ସଂସ୍କୃତିକୁ ବଂଚେଇ ରଖିବା ଓ ଜନମାନସରେ ଉତ୍ଜୀବିତ ରଖିବା ଆମ ସମସ୍ତଙ୍କ ଦାୟିତ୍ୱ ବୋଲି ମୁଖ୍ୟ ଅତିଥିଭାବେ ଯୋଗ ଦେଇଥିବା ଜିଲ୍ଲା ପରିଷଦ ସଭାପତି ଗିତାଞ୍ଜଳୀ ସେଠୀ ମତବ୍ୟକ୍ତ କରିଛନ୍ତି । ଜିଲ୍ଲା ସଂସ୍କୃତି ଅଧିକାରୀ ସୋନାଲି ବେହେରାଙ୍କ ଆବାହକତ୍ୱରେ ଅନୁଷ୍ଠିତ ନୂଆଖାଇପର୍ବ-୨୦୨୨ ଉତ୍ସବରେ ପୌରପରିଷଦ ଅଧ୍ୟକ୍ଷା ସରିତା ସାହୁ ମୁଖ୍ୟବକ୍ତା, ଅତିରିକ୍ତ ଜିଲ୍ଲାପାଳ (ରାଜସ୍ୱ) ଦୂର୍ଗା ପ୍ରସାଦ ମହାରଣା, ଜିଲ୍ଲା ସାମାଜିକ ସୁରକ୍ଷା ଅଧିକାରୀ ପ୍ରଭାସ ଚନ୍ଦ୍ର ଦାସ ଓ ଉପଖଣ୍ଡ ସୂଚନା ଓ ଲୋକ ସମ୍ପର୍କ ଅଧିକାରୀ ଅଶୋକ ବଳିଆରସିଂହ ପ୍ରମୁଖ ସମ୍ମାନିତ ଅତିଥି ଭାବେ ଯୋଗ ଦେଇଥିଲେ । ଏହି ଉପଲକ୍ଷେ ଆୟୋଜିତ ସାଂସ୍କୃତିକ କାର୍ଯ୍ୟକ୍ରମରେ ଜିଲ୍ଲାର ପାୟଲ ମୁ୍ୟଜିକ ସ୍କୁଲ, ପିୁ ମୁ୍ୟଜିକ ସ୍କୁଲ ଓ ଏକାଡେମୀ, ସାଇନାଥ କଳା ପରିଷଦ, ରୟାଲ ଡ୍ୟାନ୍ସ ସ୍କୁଲ ଓ ଭାବଗ୍ରାହୀ କଳା ନିକେତନ ପ୍ରଭୃତି ଯୋଗଦେଇ ନୂଆଖାଇ ଉପଲକ୍ଷେ ବିଭିନ୍ନ କାର୍ଯ୍ୟକ୍ରମ ପରିବେଷଣ କରିଥିଲେ । ଜୟଶ୍ରୀ ପତି କାର୍ଯ୍ୟକ୍ରମକୁ ସଂଯୋଜନା କରିଥିଲେ । ଆୟୋଜିତ କାର୍ଯ୍ୟକ୍ରମରେ ଯୋଗ ଦେଇଥିବା ସମସ୍ତ ଅନୁଷ୍ଠାନକୁ ମୁଖ୍ୟ ଅତିଥି ମାନପତ୍ର ପ୍ରଦାନ କରିଥିଲେ । ଶେଷରେ ଉପଖଣ୍ଡ ସୂଚନା ଓ ଲୋକ ସମ୍ପର୍କ ଅଧିକାରୀ ଅଶୋକ ବଳିଆରସିଂହ ଧନ୍ୟବାଦ ଅର୍ପଣ କରିଥିଲେ । ଓଡ଼ିଶା ସମାଚାର

Leave a Reply

Your email address will not be published.